Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରୀ ପ୍ରସବ ଘଟଣାରେ ଯୁବକ ଗିରଫ

by ସଞ୍ଜୟ ସ୍ୱାଇଁ
February 27, 2025
in Crime, State
ଛାତ୍ରୀ ପ୍ରସବ ଘଟଣାରେ ଯୁବକ ଗିରଫ
200
VIEWS
Share on FacebookShare on Twitter

ଚିତ୍ରକୋଣ୍ଡା, (ବାଘୁଆବାର୍ତ୍ତା): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଜନଜାତି ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଙ୍କ ପ୍ରସବ ଘଟଣାରେ ସମ୍ପୃକ୍ତ ଥିବା ଜଣେ ଯୁବକଙ୍କୁ ଚିତ୍ରକୋଣ୍ଡା ପୋଲିସ ଗିରଫ ପରେ ବୁଧବାର କୋର୍ଟ ଚାଲାଣ କରିଛି। ସେ ହେଲେ ଚିତ୍ରକୋଣ୍ଡା ଥାନା ଦିସାରିଗୁଡ଼ା ଗ୍ରାମର ସୁଶାନ୍ତ ଖିଲ (୨୨)। କୋର୍ଟ ଚାଲାଣ ପରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଗତ ସୋମବାର ଛାତ୍ରୀ ଜଣକ ମାଟ୍ରିକ୍ ପରୀକ୍ଷା ଦେଇ ଛାତ୍ରୀନିବାସକୁ ଫେରିବା ପରେ ସନ୍ଧ୍ୟାରେ ପ୍ରସବ ଯନ୍ତ୍ରଣା ଅନୁଭବ କରି ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ଏହି ଘଟଣା ବିଦ୍ୟାଳୟ କର୍ତ୍ତୃପକ୍ଷ ଜାଣିବା ପରେ ପରିବାରବର୍ଗଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀକରି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚି ନାବାଳିକାଙ୍କ ସହ ନବଜାତକକୁ ଚିତ୍ରକୋଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ମାଲକାନଗିରି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଘଟଣାକୁ ନେଇ ଚିତ୍ରକୋଣ୍ଡା ପୋଲିସ ପ୍ରାଥମିକ ତଦନ୍ତ ପରେ ଏଥିରେ ଦିସାରିଗୁଡା ଗ୍ରାମର ସୁଶାନ୍ତଙ୍କ ସମ୍ପୃକ୍ତି ଥିବା ଜାଣି ତାଙ୍କୁ ଥାନାକୁ ଆଣି ଅଟକ ରଖି ତଦନ୍ତ ଚଳାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!