Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ CHSE ରେକର୍ଡ ସପ୍ଲାୟର୍

by ସଞ୍ଜୟ ସ୍ୱାଇଁ
August 29, 2024
in Crime, State
ବନ୍ଧା ହେଲେ CHSE ରେକର୍ଡ ସପ୍ଲାୟର୍
128
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଉ ୨ ଦିନ ପରେ ନେଇଥାନ୍ତେ ଅବସର। ଅଫିସରେ ଦିଆଯାଇଥାନ୍ତା ଅବସରକାଳୀନ ସମ୍ବର୍ଦ୍ଧନା। ହେଲେ ଠିକ୍ ତା ପୂର୍ବରୁ ପଡିଗଲେ ଭିଜିଲାନ୍ସ ଜାଲରେ। ଆଉ ବେକରେ ଫୁଲମାଳ ପଡ଼ିବା ବଦଳରେ ବନ୍ଧା ହେଲେ CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରେନ୍ଦ୍ରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଦୁଇ ଦିନ ଧରି ପୁରେନ୍ଦ୍ରଙ୍କ ଘରେ ଛାନଭିନ୍ ପରେ ତାଙ୍କ ନିକଟରୁ ବିପୁଳ ପରିମାଣର ସମ୍ପତ୍ତି ଜବତ ହୋଇଥିବା ନେଇ ସୂଚନା ଦେଇଛି ଭିଜିଲାନ୍ସ। ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ସିଏଚଏସଇରେ ରେକର୍ଡ ସପ୍ଲାଏର ଥିବା ଶ୍ରୀ ସେଠୀଙ୍କର କାନନବିହାରଠାରେ ୧୦,୮୮୦ ବର୍ଗଫୁଟ ଅଞ୍ଚଳ ଜମିରେ ୪ ମହଲା କୋଠା ରହିଛି । ସେହିପରି ବିଭିନ୍ନ ଲୋକଙ୍କ ନାଁରେ ଶ୍ରୀ ସେଠୀ ୬ଡିସିମିଲରୁ ୧୧ଡିସିମିଲ ପରିମିତର ମୋଟ ୧୬ଟି ମୂଲ୍ୟବାନ ଜମି କ୍ରୟ କରିଛନ୍ତି । ଯାହାକି ତାଙ୍କର ବେନାମୀ ସମ୍ପତ୍ତି ବୋଲି ଜଣାପଡ଼ିଛି । ତାଙ୍କଠୁ ୧ଲକ୍ଷ ୭୦ହଜାର ଟଙ୍କା ନଗଦ ଅର୍ଥ ସହ ୧୬ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା, ବୀମା ଓ ମ୍ୟୁଚୁଆଲ ଫଣ୍ଡରେ ବିନିଯୋଗ ସାମିଲ ଅଛି । ତାଙ୍କର ଟୟୋଟା ଅର୍ବାନ କ୍ରୁଜର ଓ ଟୟୋଟା ଇଟଅସ୍ ଲିଭା ଭଳି ଦୁଇଟି ଚାରିଚକିଆ ସହ ୫ଟି ଦୁଇଚକିଆ ଗାଡ଼ି ଥିବା ମଧ୍ୟ ଜଣାପଡ଼ିଛି । ପୁରେନ୍ଦ୍ର ଅବସର ନେବାର ୪ ଦିନ ଆଗରୁ ତାଙ୍କ ଘରେ ଭିଜିଲାନ୍ସ ରେଡ କରିଥିବା ବେଳେ ଏହା ଦୁଇ ଦିନ କାଳ ଚାଲିଥିଲା । ଭିଜିଲାନ୍ସ ବିଭାଗର ୩ ଜଣ ଡିଏସପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଓ ୫ଜଣ ଏଏସଆଇ ଆଜି ସକାଳୁ ଶ୍ରୀ ସେଠୀଙ୍କ କାନନବିହାର ଘର, ଜଗତସିଂହପୁର ବାଲିକୁଦାର କେଉପଡ଼ାସ୍ଥିତ ପୈତୃକ ଘର ଓ ତାଙ୍କ ସାମନ୍ତରାପୁରସ୍ଥିତ ଅଫିସରେ ଚଢ଼ଉ କରିଥିଲେ। ତେବେ ପିଅନରୁ ଚାକିରି ଆରମ୍ଭ କରିଥିବା ଶ୍ରୀ ସେଠୀ କିଭଳି କୋଟିକୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିବାରେ ସକ୍ଷମ ହେଲେ ତାକୁ ନେଇ ଚର୍ଚ୍ଚା ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!