Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

by ସଞ୍ଜୟ ସ୍ୱାଇଁ
May 22, 2025
in Crime, State
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ
83
VIEWS
Share on FacebookShare on Twitter

କାଶୀପୁର, (ବାଘୁଆବାର୍ତ୍ତା): ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ୪ ଅଧିକାରୀ ଗିରଫ। ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ NREGS ଅନ୍ତର୍ଗତ କୃଷି ପୋଖରୀ ଖନନ ନକରି ସରକାରୀ ଅର୍ଥ ଆତ୍ମସାତ୍ କରିବା ଅଭିଯୋଗରେ ୪ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ। ସୂଚନାନୁଯାୟୀ, ରାୟଗଡ଼ା ଜିଲ୍ଲା ଜଳଛାୟା ପ୍ରକଳ୍ପରେ ୨୩ଟି ପୋଖରୀ ଖୋଳା ନଯାଇ ୨୦ ଲକ୍ଷ ଟଙ୍କାର ଅର୍ଥ ହେରଫେର ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସଂପୃକ୍ତ ରାଜେନ୍ଦ୍ରନାଥ ନାଏକ, ଅସିଷ୍ଟାଣ୍ଟ ପ୍ରୋଜେକ୍ଟ ଡିରେକ୍ଟର (Class-I) କମ୍ PIA, ମୃତ୍ତିକା ସଂରକ୍ଷଣ ପର୍ଯ୍ୟବେକ୍ଷକ ଯୋଗେନ୍ଦ୍ର ଖୋସଲା ଏବଂ ଦୀପକ କୁମାର ସାହୁ, ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କର୍ମୀ ଶ୍ରୀକୁମାର ନାୟକଙ୍କ ବିରୋଧରେ ତଦନ୍ତ ଆରମ୍ଭ ହୋଇଥିଲା। ତଦନ୍ତ ବେଳେ ଏହି ୪ ଅଧିକାରୀ ସରକାରୀ ପାଣ୍ଠି ହଡ଼ପ କରିଥିବା ଜଣାପଡ଼ିଥିଲା। ଜବ କାର୍ଡ ଥିବା ଶ୍ରମିକଙ୍କ ଖାତାକୁ ଭିତ୍ତି କରି ଅର୍ଥ ହେରଫେର ହୋଇଥିବା ଜଣାପଡ଼ିଥିଲା। ଭିଜିଲାନ୍ସ ଏବେ ୪ ଅଭିଯୁକ୍ତଙ୍କୁ ଗିରଫ କରି ପଚରାଉଚରା କରୁଛି। ଏ ସଂକ୍ରାନ୍ତରେ କୋରାପୁଟ ଭିଜିଲାନ୍ସ ବିଭାଗ ତରଫରୁ ଏକ ମାମଲା ରୁଜୁ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!