Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ମାତିଛନ୍ତି ଜମି ପଜେସନ ମାଫିଆ, ୩ ବନ୍ଧା ହେଲେ

by ସଞ୍ଜୟ ସ୍ୱାଇଁ
September 6, 2024
in Crime, State
ରାଜଧାନୀରେ ମାତିଛନ୍ତି ଜମି ପଜେସନ ମାଫିଆ, ୩ ବନ୍ଧା ହେଲେ
192
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରେ ମାତିଛନ୍ତି ଜମି ପଜେସନ ମାଫିଆ । ଜଣେ ମହିଳାଙ୍କୁ ଡ଼ରାଇ ଜୋର ଜବରଦସ୍ତ ଘର ଅକ୍ତିଆର କରିବାକୁ ଉଦ୍ୟମ ବେଳେ ୩ ଜଣଙ୍କୁ ବାନ୍ଧିଲା କମିଶନରେଟ ପୁଲିସ । ଗିରଫ ୩ ଅଭିଯୁକ୍ତ ହେଲେ ମାନସ ସାହୁ, ନିରଞ୍ଜନ ରାଉତ, ଜଗଦୀଶ ପାଟଶାଣୀ। ଇନ୍ଫୋସିଟି ଥାନା ନିକଟସ୍ଥ କିଟ୍ ଛକ ନିକଟରେ ରହୁଥିବା ଜଣେ ମହିଳାଙ୍କ ଘରକୁ ଜବରଦଖଲ କରିବା ପାଇଁ ଉଦ୍ୟମ କରିଥିଲେ ୧୦ ରୁ ୧୫ ଦୃର୍ବୃତ୍ତ । ଜେସିବି ଲଗାଇ ଘର ଗେଟ ପାଚେରୀ ଭାଙ୍ଗିଥିଲେ ଦୁର୍ବୃତ୍ତ। ପାଚେରୀ ଭାଙ୍ଗିବା ସହ ଜବରଦସ୍ତ ଟଙ୍କା ନେବା ସହ ଧମକ ମଧ୍ୟ ଦେଇଥିଲେ। ଏନେଇ ଇନ୍ଫୋସିଟି ଥାନାରେ ଅଭିଯୋଗ କରିଥିଲେ ମହିଳା ଜଣଙ୍କ। ଅଭିଯୋଗ ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ତଦନ୍ତ ପରେ ୩ ଜଣଙ୍କୁ ଗିରଫ କରାଯାଇଛି । ତଦନ୍ତରୁ ଜଣାପଡ଼ିଛି ଯେ ଏମାନେ ମୃତ ବ୍ୟକ୍ତିଙ୍କ ନାମରେ ପାୱାର ଅଫ୍ ଆଟର୍ଣ୍ଣି ପ୍ରସ୍ତୁତ କରି ବିଭିନ୍ନ ଲୋକଙ୍କ ସହ ଏଗ୍ରୀମେଣ୍ଟ କରି ଜମି ବିକୁଥିଲେ। କେହି ପ୍ରତିବନ୍ଧକ ଦେଲେ ସେମାନଙ୍କୁ ମାଡ଼ ମାରିବା ସହ ଜୀବନରୁ ମାରିବାକୁ ଧମକ ଦେଉଥିଲେ। ଏଭଳି ଘଟଣା କୌଣସି ଲୋକଙ୍କ ସହ ଘଟିଲେ ତୁରନ୍ତ ନିକଟସ୍ଥ ଥାନାରେ ଏତଲା ଦେବାକୁ କହିଛନ୍ତି ପୋଲିସ ଡିସିପି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!