Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅସଦାଚରଣ ଅଭିଯୋଗ, ବନ୍ଧା ହେଲେ ପଦାର୍ଥ ବିଜ୍ଞାନ ଅଧ୍ୟାପକ

by ସଞ୍ଜୟ ସ୍ୱାଇଁ
February 6, 2024
in Crime, State
ଅସଦାଚରଣ ଅଭିଯୋଗ, ବନ୍ଧା ହେଲେ ପଦାର୍ଥ ବିଜ୍ଞାନ ଅଧ୍ୟାପକ
91
VIEWS
Share on FacebookShare on Twitter

ସମ୍ୱଲପୁର, (ବାଘୁଆବାର୍ତ୍ତା): ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବନ୍ଧା ହେଲେ ପଦାର୍ଥ ବିଜ୍ଞାନ ଅଧ୍ୟାପକ। ଏପରି ଅଭିଯୋଗ ଆସିଛି ସମ୍ୱଲପୁର ଜିଲ୍ଲାରୁ। ସେପଟେ ଗିରଫ ଅଭିଯୁକ୍ତ କହୁଛନ୍ତି, କ’ଣ ହୋଇଛି ମୁଁ ଘଟଣା କିଛି ଜାଣିନାହିଁ। ନାକଟିଦେଉଳ ଥାନା ଅଞ୍ଚଳରେ ରହିଛି ଏକ ଜୁନିଅର କଲେଜ। ସେହି କଲେଜରେ ଯୁକ୍ତ ଦୁଇ ପ୍ରଥମ ବର୍ଷରେ ପଢ଼ୁଥିଲେ ରେଖା(ଛଦ୍ମନାମ)। ସେ ହଷ୍ଟେଲ୍‌ରେ ରହି ପାଠ ପଢ଼ୁଥିଲେ। ହେଲେ ସେହି କଲେଜର ପଦାର୍ଥ ବିଜ୍ଞାନ ଅଧ୍ୟାପକ ସଞ୍ଜୀବ କୁମାର ଦାସ ତାଙ୍କୁ ଅସଦାଚରଣ କରୁଥିବା ଅଭିଯୋଗ ହୋଇଛି। ଥରେ କି ଦୁଇ ଥର ନୁହେଁ, ବାରମ୍ୱାର କଲେଜ କ୍ୟାମ୍ପସ ଭିତରେ ସେ ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ଘଟଣା ସମ୍ପର୍କରେ ସାଥୀମାନଙ୍କୁ ଜଣାଇଥିଲେ। ପରେ ସବୁ ପିଲା ମିଶି କଲେଜ ଅଧ୍ୟକ୍ଷଙ୍କ ପାଖରେ ଅଭିଯୋଗ କରିଥିଲେ। ମାତ୍ର କଲେଜ ଅଧ୍ୟକ୍ଷ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବା ଅଭିଯୋଗ ହୋଇଛି। ନୀରବଦ୍ରଷ୍ଟା ସାଜିଥିଲେ। ସୋମବାର ଛାତ୍ରୀ ଜଣକ ଏନେଇ ପରିବାର ଲୋକଙ୍କୁ ଜଣାଇଥିଲେ। ଏହା ପରେ ପରିବାର ଲୋକ ଏନେଇ ନାକଟିଦେଉଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୁଲିସ୍‌ ମାମଲା ରୁଜୁ କରି ପଦାର୍ଥ ବିଜ୍ଞାନ ଅଧ୍ୟାପକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଗିରଫ ପରେ ସଞ୍ଜୀବ କୁମାର ଦାସ କହିଛନ୍ତି, କ’ଣ ହୋଇଛି ମୁଁ ଘଟଣା କିଛି ଜାଣିନାହିଁ? ମୋ ନାଁରେ ଯେଉଁ ସବୁ ଅଭିଯୋଗ ଆସିଛି, ତାହା ସମ୍ପୂର୍ଣ୍ଣ ମିଛ ବୋଲି ଅଧ୍ୟାପକ କହିଛନ୍ତି। ସେପଟେ ରେଢାଖୋଲ ଏସ୍‌ଡିପିଓ କହିଛନ୍ତି, ଅଭିଯୁକ୍ତ ଆଧାରରେ ଅଧ୍ୟାପକଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!