Wednesday, September 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ହତ୍ୟା ଘଟଣା, ୬ ଜଣଙ୍କୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
January 23, 2025
in Crime, State
ଯୁବକଙ୍କୁ ହତ୍ୟା ଘଟଣା, ୬ ଜଣଙ୍କୁ ବାନ୍ଧିଲା ପୋଲିସ
86
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ନୂଆପାଲି ଗ୍ରାମର ଯୁବକ ଶ୍ରୀଧର ବେହେରାଙ୍କୁ ହତ୍ୟା ଘଟଣା । ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ଆଦର୍ଶ ଥାନା ପୋଲିସ । ଗତ ୨୦ ତାରିଖ ବିଳମ୍ବିତ ରାତିରେ ହୋଇଥିଲା ହତ୍ୟାକାଣ୍ଡ । ଗିରଫ ଅଭିଯୁକ୍ତ ଭୁକ୍ତାପଡ଼ା ଗ୍ରାମର ବିଶ୍ଵାମିତ୍ର ବାଦି ଓ ନୂଆପାଲି ଗ୍ରାମର ସୁବାସ ଦୀପ, ବିଭୀଷଣ ଦୀପ, ସୁରେଶ ଦୀପ, ଲକ୍ଷ୍ମଣ ଦୀପ ଓ ହର୍ଷ ଦୀପ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଛି । ବୌଦ୍ଧ ଆଦର୍ଶ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ନୂଆପାଲି ଗ୍ରାମରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଚଳିତ ମାସ ୨୦ ତାରିଖ ବିଳମ୍ବିତ ରାତି ପ୍ରାୟ ୧୨ଟା ବେଳେ ବୌଦ୍ଧ ଥାନା ନୁଆପାଲି ଗ୍ରାମରେ ପୁର୍ବ ଶତ୍ରୁତାକୁ ନେଇ ଶ୍ରୀଧର ବେହେରା ନାମକ ଜଣେ ଯୁବକଙ୍କୁ ତାଙ୍କ ଘର ସାମ୍ନାରେ ଗ୍ରାମର ଅନ୍ୟ ଏକ ପରିବାରର ସଦସ୍ୟ ମାନେ ଟାଙ୍ଗିଆ ଓ ଅନ୍ୟ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରିଥିଲେ । ଏଥିରେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ବୌଦ୍ଧ ଆଦର୍ଶ ଥାନା ପୋଲିସ ନୂଆପାଲି ଗ୍ରାମରେ ପହଞ୍ଚି ତଦନ୍ତ କରିଥିବା ବେଳେ ହତ୍ୟା ସନ୍ଦେହରେ ୪ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରିଥିଲେ । ପଚରାଉଚରା କରିବାରୁ ଆଉ ଦୁଇ ଜଣ ଏହି ହତ୍ୟାକାଣ୍ଡରେ ସାମିଲ ଥିବା ଜାଣିବାକୁ ପାଇ ସେମାନଙ୍କୁ ମଧ୍ୟ ଗିରଫ କରାଯାଇଛି । ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ବେଳେ ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!