Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ ସୁନାଚେନ ଲୁଟେରା ଗିରଫ, ବାଇକ ଓ ମୋବାଇଲ ଜବତ

by ସଞ୍ଜୟ ସ୍ୱାଇଁ
November 7, 2024
in Crime, Nayagarh, State
୨ ସୁନାଚେନ ଲୁଟେରା ଗିରଫ, ବାଇକ ଓ ମୋବାଇଲ ଜବତ
544
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଟାଉନଥାନା ପୁଲିସ ୨ ଜଣ ସୁନାଚେନ ଲୁଟେରାଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ବାଇକ ଓ ମୋବାଇଲ ଫୋନ ଜବତ କରିଛି । ଅଭିଯୁକ୍ତ ହେଲେ ନୟାଗଡ଼ ସଦରଥାନା ବାଲୁଗାଁର ବୃନ୍ଦାବନ ନାୟକଙ୍କ ପୁଅ ଚିତ୍ତରଞ୍ଜନ ନାୟକ ଏବଂ ଭୁବନେଶ୍ୱର ଭରତପୁର ଥାନା ଅନ୍ତର୍ଗତ ଶ୍ୟାମପୁର ପଣ୍ଡାକୁଡ଼ିଆ ଅଞ୍ଚଳର ଅଭିମନ୍ୟୁ ନାୟକଙ୍କ ପୁଅ ଅମିତ ନାୟକ ।

ଗତ ୨ ତାରିଖ ନୟାଗଡ଼ ସହର ଖଣ୍ଡପଡ଼ା ରାସ୍ତା ନାୟକ ମେଡିସିନ ଷ୍ଟୋର ନିକଟରୁ ଆଇନଜୀବୀ ନୃସିଂହ ପଟ୍ଟନାୟକଙ୍କ ପତ୍ନୀ ସସ୍ମିତା ପଟ୍ଟନାୟକଙ୍କଠାରୁ ଏହି ଦୁଇ ଜଣ ସୁନାଚେନ ଲୁଟ କରିଥିଲେ । ସସ୍ମିତାଙ୍କ ଅଭିଯୋଗ ଆଧାରରେ ପୁଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରିଥିଲା ।

ଯୋଜନାବଦ୍ଧ ଭାବେ ଦୁହେଁ ଚେନ ଲୁଟ କରିବା ପରେ ଚିକିତ୍ସା ବାହାନା କରି ବାଲୁଗାଁର ସତ୍ୟବାଦି ବିଶ୍ୱାଳଙ୍କୁ ୭୦ ହଜାର ଟଙ୍କାରେ ବିକ୍ରି କରିଥିଲେ । ଏନେଇ ଆଜି ନୟାଗଡ଼ ଏସଡିପିଓ ସୁଦର୍ଶନ ଗାଙ୍ଗୋଇ ଏବଂ ନୟାଗଡ଼ ଟାଉନଥାନା ଅଧିକାରୀ ରଶ୍ମିରଞ୍ଜନ ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏଥିସହିତ ଲୁଟ ହୋଇଥିବା ଚେନକୁ ଉଦ୍ଧାର କରାଯାଇ ଆଇନଜୀବୀ ନୃସିଂହ ପଟ୍ଟନାୟକଙ୍କୁ ପ୍ରଦାନ କରାଯାଇଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!