Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଭ୍ ସେକ୍ସ ଧୋକା, କଣ୍ଠଶିଳ୍ପୀ ଦେବେଶ ପତି ଗିରଫ

by ସଞ୍ଜୟ ସ୍ୱାଇଁ
November 3, 2023
in Crime, State
ଲଭ୍ ସେକ୍ସ ଧୋକା, କଣ୍ଠଶିଳ୍ପୀ ଦେବେଶ ପତି ଗିରଫ
118
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନାମୀ ଦାମୀ ଓଡ଼ିଆ ସିଙ୍ଗର ଦେବେସ ପତି ଗିରଫ । ଲଭ ସେକ୍ସ ଧୋକା ଅଭିଯୋଗ ରେ ଗିରଫ କରିଛି ନୟାପଲି ଥାନା ପୋଲିସ । ଲଚକ୍‌ ମଣି ବେବି ଲୋ । ବୟଫ୍ରେଣ୍ଡ ତୋରା ହେବି ଲୋ । ବୁଲେଟ୍‌ ଗାଡ଼ିରେ ବଜାର ବୁଲାଇ ନେବି । ଏହି ଚର୍ଚ୍ଚିତ ଗୀତର ଗାୟକ ଦେବେଶ ପତି ଏବେ ଜେଲର ହାୱା ଖାଉଛନ୍ତି । ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ଓ ଟଙ୍କା ଲୁଟିବା ଅଭିଯୋଗରେ ନୂଆପଲ୍ଳୀ ଥାନା ପୋଲିସ୍‌ ଓଲିଉଡ୍‌ର ଏହି ଚର୍ଚ୍ଚିତ ଗାୟକଙ୍କୁ ଗିରଫ କରିଛି । ଦେବେଶଙ୍କ ଘର ଯାଜପୁରରେ । ଗତ ବୁଧବାର ରାତିରେ ପୋଲିସ୍‌ ତାକୁ ଗିରଫ କରିଛି । ଗୁରୁବାର କୋର୍ଟ ଚାଲାଣ କରାଯାଇଛି । ଜାମିନ ନାମଞ୍ଜୁର ହେବରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ପୋଲିସ୍‌ ଠାରୁ ମିଳିଥିବା ସୂଚନା ମୁତାବକ, ଭଦ୍ରକ ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ନୂଆପଲ୍ଲୀ ଥାନା ଅଞ୍ଚଳରେ ରହି ମୈତ୍ରିବିହାରରେ ଥିବା ଏକ ଘରୋଇ କଲେଜରେ ଏମ୍‌ବିଏ ପଢ଼ୁଥିଲେ । ସେତେବେଳେ ତାଙ୍କୁ ଜଣେ ଯୁବକ ପ୍ରେମ ନିବେଦନ କରିଥିଲେ । ହେଲେ ଯୁବତୀ ଏହାକୁ ଗ୍ରହଣ କରିନଥିଲେ । ପ୍ରେମରେ ବିଫଳ ଉକ୍ତ ଯୁବକ ପ୍ରତିଶୋଧ ପରାୟଣ ହୋଇ ନେହାଙ୍କ ଫୋନ ନମ୍ବର ଦେବେଶଙ୍କୁ ଦେଇଥିଲେ । ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇବାକୁ ସେ ଦେବେଶଙ୍କୁ ପ୍ରସ୍ତାବ ଦେଇଥିଲେ । ଓଲିଉଡର ଚାକଚକ୍ୟ, ସୁପର ହିଟ ସିଙ୍ଗର ଟ୍ୟାଗ୍‌ ଯୁବତୀଙ୍କୁ ଦେବେଶଙ୍କ ପ୍ରତି ଆକର୍ଷିତ କରିଥିଲା । ଫୋନ ନମ୍ବର ଦିଆନିଆ, କିଛିଦିନର ଚାଟିଂ ପରେ ଉଭୟ ଉଭୟଙ୍କୁ ଭଲପାଇ ବସିଲେ । ପ୍ରେମର ଗାଡ଼ି ଜୋର୍‌ରେ ଗଡିବା ପରେ ବିବାହ ପାଇଁ ଜିଦ ଧରିଥିଲେ ଯୁବତୀ ଜଣଙ୍କ । ଦେବେଶ ବିବାହ ପାଇଁ ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ । ଖାଲି ସେତିକି ନୁହେଁ, ବିଭିନ୍ନ ପର୍ଯ୍ୟାୟରେ ଦେବେଶ ଯୁବତୀଙ୍କଠାରୁ ୫ ଲକ୍ଷରୁ ଅଧିକ ଟଙ୍କା ନେଇଥିଲେ । ହଠାତ୍‌ ଦିନେ ଯୁବତୀ ଜାଣିବାକୁ ପାଇଲେ ଦେବେଶ ଓଲିଉଡ୍‌ର ଜଣେ ଗାୟିକାଙ୍କୁ ଭଲ ପାଉଛନ୍ତି । ତାଙ୍କ ସହ ବୁଲାବୁଲି କରୁଛନ୍ତି । ତେବେ ଏହା ଭିତରେ ଯୁବତୀ ଗର୍ଭବତୀ ହୋଇସାରିଥିଲେ । ଦେବେଶ ଏ ବିଷୟରେ ଜାଣିବା ପରେ ଗର୍ଭନଷ୍ଟ କରିବାକୁ କହିଥିଲେ । ହେଲେ ସେ ରାଜି ହୋଇ ନଥିଲେ । ଦେବେଶ ମଉକା ଦେଖି ନିଶା ଔଷଧ ଦେଇ ତାଙ୍କ ଗର୍ଭ ନଷ୍ଟ କରିଥିଲେ ବୋଲି ଅଭିଯୋଗରେ ଦର୍ଶାଇଛନ୍ତି ଯୁବତୀ । ଏହା ପରେ ସେ ଆଉ ଯୁବତୀଙ୍କୁ ଧରାଛୁଆଁ ଦେଇନଥିଲେ । ମାତ୍ର ନଛୋଡବନ୍ଦା ସେ ବିବାହ ପାଇଁ ଜିଦ ଧରିବାରୁ ଦେବେଶ ଉଭୟଙ୍କ ଅନ୍ତରଙ୍ଗ ମୂହୁର୍ତ୍ତର ଭିଡିଓ ଓ ଫଟୋ ଭାଇରାଲ୍‌ କରିଦେବାକୁ ଧମକ ଦେଇଥିଲେ । ଏଭଳି ଧମକରେ କିଛି ଦିନ ଚୁପ୍‌ ରହିଥିଲେ ଯୁବତୀ । ମାତ୍ର ଏଭଳି ପ୍ରତାରକକୁ ଉଚିତ ଶିକ୍ଷା ଦେବାକୁ ପଣ କରି ପରେ ସେ ନୂଆପଲ୍ଳୀ ଥାନାରେ ଏତଲା ଦେଇଥିଲେ । ପୋଲିସ୍‌ ଏକ ମାମଲା (୧୦୩/୨୩) ରୁଜୁ କରି ଘଟଣାର ତଦନ୍ତ କରୁଥିଲା । ଗୁରୁବାର ଅଭିଯୁକ୍ତ ଦେବେଶଙ୍କୁ ପୋଲିସ୍‌ ଗିରଫ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!