Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରାଫିକ ଇନ୍‌ସପେକ୍ଟର ଗିରଫ

by ସଞ୍ଜୟ ସ୍ୱାଇଁ
February 10, 2024
in Crime, State
ଟ୍ରାଫିକ ଇନ୍‌ସପେକ୍ଟର ଗିରଫ
154
VIEWS
Share on FacebookShare on Twitter

ଜଗତସିଂହପୁର, (ବାଘୁଆବାର୍ତ୍ତା): ଜଗତସିଂହପୁର ଆରଟିଓ ଟ୍ରାଫିକ ଇନ୍‌ସପେକ୍ଟର ପ୍ରଶାନ୍ତ କୁମାର ମହାପାତ୍ରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ତାଙ୍କ ଠାରୁ ୬ ଲକ୍ଷ ୭୯ ହଜାର ଟଙ୍କା ଜବତ କରାଯାଇଛି। ଏତେ ପରିମାଣରେ ନଗଦ ଟଙ୍କା ସେ କେଉଁଠାରୁ ଆଣିଥିଲେ, କେଉଁ ଉଦ୍ଦେଶ୍ୟରେ ଆଣିଥିଲେ- ତା’ର ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ପ୍ରଶାନ୍ତ କୁମାର ମହାପାତ୍ର ଗତକାଲି କାର ଯୋଗେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ କଟକ ନିକଟସ୍ଥ ବିରିବାଟୀର ତାରିଣୀ ଛକରେ ଭିଜିଲାନ୍ସ ଟିମ୍ ତାଙ୍କୁ ଅଟକାଇ ଥିଲା। ଯାଞ୍ଚ ବେଳେ ତାଙ୍କ ପାଖରୁ ନଗଦ ୪.୨୭ ଲକ୍ଷ ଟଙ୍କା ମିଳିଥିଲା। ସେ ଏହି ଟଙ୍କା କେଉଁଠାରୁ ଆଣିଲେ ଓ କେଉଁ ଉଦ୍ଦେଶ୍ୟରେ ନେଇ ଯାଉଥିଲେ ବୋଲି ଭିଜିଲାନ୍ସ ଟିମ୍ ପଚାରିଥିଲେ। ତେବେ ଟ୍ରାଫିକ ଇନ୍‌ସପେକ୍ଟର ପ୍ରଶାନ୍ତ କୁମାର ମହାପାତ୍ର ଭିଜିଲାନ୍ସ ଅଧିକାରୀମାନଙ୍କ ପ୍ରଶ୍ନର ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ। ତେଣୁ ଭିଜିଲାନ୍ସ ଉକ୍ତ ଟଙ୍କାକୁ ଜବତ କରିଥିଲା। ଏହା ପରେ ଭୁବନେଶ୍ୱରର ଭିଏସ୍‌ଏସ୍ ନଗର ସ୍ଥିତ ତାଙ୍କ ଘର ଓ ଜଗତସିଂହପୁରର ରଘୁନାଥପୁରର ତାରାପୁର ସ୍ଥିତ ଭଡ଼ା ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଭୁବନେଶ୍ୱର ସ୍ଥିତ ଘରୁ ନଗଦ ୨ ଲକ୍ଷ ୧୯ ହଜାର ୨୬୫ ଟଙ୍କା ମିଳିଥିଲା। ସେହିପରି ତାରାପୁର ସ୍ଥିତ ଭଡ଼ା ଘରୁ ୨୫ ହଜାର ୫୦୦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଏହିପରି ମୋଟ ୬ ଲକ୍ଷ ୭୯ ହଜାର ୪୮୫ ଟଙ୍କା ତାଙ୍କ ଠାରୁ ଜବତ କରାଯାଇଛି, ଯାହାର ହିସାବ ସେ ଦେଇ ପାରୁ ନାହାନ୍ତି। ତେଣୁ ଭିଜିଲାନ୍ସ ଆଜି ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବେଆଇନ ଭାବେ ବିଭିନ୍ନ ସୂତ୍ରୁରୁ ଆରଟିଓ ଟ୍ରାଫିକ ଇନ୍‌ସପେକ୍ଟର ପ୍ରଶାନ୍ତ କୁମାର ମହାପାତ୍ର ଟଙ୍କା ଠୁଳ କରୁଥିବା ନେଇ ପୂର୍ବରୁ ଭିଜିଲାନ୍ସ ଟିମ୍ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇଥିଲା। ତା’ପରଠୁ ତାଙ୍କ ଉପରେ ନଜର ରଖି ଆସିଥିଲା ଭିଜିଲାନ୍ସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!