Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଦିବାସୀଙ୍କୁ ହକ ମିଳୁ, ଗୃହକୁ ଅଚଳ କରିବା ବିରୋଧୀଙ୍କ ନିତିଦିନିଆ ଅଭ୍ୟାସ : ଅରୁଣ

by ସଞ୍ଜୟ ସ୍ୱାଇଁ
November 23, 2023
in Politics, State
ଆଦିବାସୀଙ୍କୁ ହକ ମିଳୁ, ଗୃହକୁ ଅଚଳ କରିବା ବିରୋଧୀଙ୍କ ନିତିଦିନିଆ ଅଭ୍ୟାସ : ଅରୁଣ
126
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ୩ୟ ଦିନ । ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବାର ଥିଲା। ପ୍ରଶ୍ନକାଳରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଅଚଳ ହୋଇଛି। ଗୃହକୁ ଅଚଳ କରିବାର କୌଣସି କାରଣ ନାହିଁ ବୋଲି ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ କ୍ୟାବିନେଟ ନିଷ୍ପତ୍ତି ସ୍ଥଗିତ ରହିବା ପରେ ଗୃହକୁ ଅଚଳ କରିବାର କୌଣସି କାରଣ ନାହିଁ । ଗୃହକୁ ଅଚଳ କରିବା ବିରୋଧୀଙ୍କ ନିତିଦିନିଆ ଅଭ୍ୟାସରେ ପରିଣତ ହେଲାଣି । ରାଜନୈତିକ ସ୍ୱାର୍ଥ ପାଇଁ ବିରୋଧୀ ଏହି ପ୍ରସଙ୍ଗ ଉଠାଉଛନ୍ତି । ଅଧ୍ୟାଦେଶରେ ଯେଉଁ କଥା ରହିଛି ତାହା ବିଜେପି ଓ କଂଗ୍ରେସର ସଦସ୍ୟମାନେ ହିଁ ଦାବି ରଖିଥିଲେ । ସରକାର ସେ ଦିଗରେ ପଦକ୍ଷେପ ନେବା ପରେ ବିରୋଧୀ ପୁଣି ଓଲଟା କଥା କହୁଛନ୍ତି । ସବୁ ପରେ ବି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି କ୍ୟାବିନେଟ ନିଷ୍ପତ୍ତି ସ୍ଥଗିତ ରହିଛି । ହୋ, ମୁଣ୍ଡାରୀ, ଭୂମିଜ, ସଉରା, କୁଇ, ଯେତେ ସବୁ ଭାଷା ଅଛି ତାକୁ ସମ୍ବିଧାନରେ ଅଷ୍ଟମ ଅନୁଛେଦରେ ସାମିଲ କରିବା ପାଇଁ କାହିଁକି ବିଜେପି ଦିଲ୍ଲୀରେ ଏହି ପ୍ରସଙ୍ଗ ଉଠାଉ ନାହିଁ । ତେଣୁ ଏଠି ବିଧାନସଭାକୁ ବନ୍ଦ କରିବା ଓ ରାଜଭବନ ଯାଏ ପଦଯାତ୍ରା କରି ଯିବା ଅପେକ୍ଷା ଦିଲ୍ଲୀ ଯାଇ ଏହି ପ୍ରସଙ୍ଗ ଉଠାନ୍ତୁ । ଆଦିବାସୀଙ୍କୁ ହକ ମିଳୁ ବୋଲି ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!