Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଂଗ୍ରେସ ଛାଡ଼ିଲେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ

by ସଞ୍ଜୟ ସ୍ୱାଇଁ
February 12, 2024
in NATIONAL NEWS, Politics
କଂଗ୍ରେସ ଛାଡ଼ିଲେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ
66
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟକା ଲାଗିଛି । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅଶୋକ ଚୌହାନ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ଖୁବଶୀଘ୍ର ବିଜେପିରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ଧୋର ଧରିଛି । ଉଲ୍ଲେଖଯୋଗ୍ୟ ଯେ କିଛି ଦିନ ପୂର୍ବେ ମହାରାଷ୍ଟ୍ର ସରକାରରେ ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକୀ କଂଗ୍ରେସ ସହ ୪୮ ବର୍ଷର ସମ୍ପର୍କକୁ ଛିନ୍ନ କରି ପାର୍ଟିରୁ ଅଲଗା ହୋଇଥିଲେ । ଲୋକସଭା ଏବଂ ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଏହା କଂଗ୍ରେସ ପାଇଁ ବଡ଼ ଝଟକା ରୂପେ ଦେଖାଯାଉଛି । ଚର୍ଚ୍ଚା ଅନୁସାରେ ବିଜେପି ଏହି ବରିଷ୍ଠ ନେତାଙ୍କୁ ରାଜ୍ୟସଭା ପଠାଇପାରେ । ତେବେ ତିନି ଅନ୍ୟ ବିଧାୟକ ମଧ୍ୟ ଚୌହାନଙ୍କ ସହ ପାର୍ଟି ଛାଡ଼ି ପାରନ୍ତି । ଖବର ଅନୁସାରେ ଚୌହାନଙ୍କ ସହ ଅନ୍ୟ ତିନି ବିଧାୟକ ସୁଭାଷ ଧୋତେ, ଜିତେଶ ଅନ୍ତରପୁରତର ଏବଂ ଅମର ରାଜପୁରକର ମଧ୍ୟ ପାର୍ଟି ବଦଳାଇ ପାରନ୍ତି । ଅଶୋକ ଚୌହାନ ୨୦୦୮-୧୦ ଯାଏ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଥିଲେ । ତାଙ୍କ ବାପା ଏସବି ଚୌହାନ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଥିଲେ । ଆଦର୍ଶ କୋ-ଅପୋରେଟିଭ୍ ହାଉସିଂ ସୋସାଇଟି ସ୍କାମ ପରେ ଅଶୋକ ଚୌହ୍ୱାନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଅଭିଯୋଗ ଥିଲା ଯେ ସେନାର ଜମିକୁ ରାଜନେତା ଏବଂ ସୈନ୍ୟ ଅଧିକାରୀମାନେ ହଡ଼ପ କରି ନେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!