Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରିଲା ରିମାଣ୍ଡ, ଜେଲ ଗଲେ ପ୍ରଶାନ୍ତ

by ସଞ୍ଜୟ ସ୍ୱାଇଁ
July 3, 2023
in Crime, State
ଭିଜିଲାନ୍ସ ଜାଲରେ ଅତିରିକ୍ତ ଉପ-ଜିଲ୍ଲାପାଳ, ୯ ଟି ସ୍ଥାନରେ ଚଢ଼ାଉ
62
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଜେଲ୍ ଗଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ । ସୁନ୍ଦରଗଡ ଭିଜିଲାନ୍ସ କୋର୍ଟରେ ହାଜର ପରେ ଗଲେ ଜେଲ୍ । ୫ ଦିନିଆ ରିମାଣ୍ଡ ଅବଧି ଶେଷ ପରେ କୋର୍ଟରେ ହାଜର ହୋଇଥିଲେ । ଆସନ୍ତା ୭ ତାରିଖରେ ପୁଣି କୋର୍ଟରେ ହାଜର ହେବେ । ଏଇ କିଛି ଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ ରାଜ୍ୟ ସରକାର । ଆୟ ବହିର୍ଭୂତ ସଂପତ୍ତି ଠାବ ଅଭିଯୋଗରେ ଆକ୍ସନ ନେଇଛନ୍ତି ସରକାର । ଏହା ପୂର୍ବରୁ ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ତାଙ୍କ ନିକଟରୁ ନଗଦ ୩ କୋଟି ଟଙ୍କା ସହ ୭ କୋଟିରୁ ଅଧିକ ସ୍ଥାବର ଅସ୍ଥାବ ସଂପତ୍ତି ଜବତ କରିଥିଲା ଭିଜିଲାନ୍ସ ଟିମ୍ । ଆୟରୁ ଅଧିକ ସମ୍ପତ୍ତି ଅଭିଯୋଗରେ ତାଙ୍କ ଘର, ଅଫିସ୍‌, ପୈତୃକ ଘର ସହ ମୋଟ୍ ୯ ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରି ୭ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଥିଲା । ଆୟଠାରୁ ୫୦୦%ରୁ ଅଧିକ ସଂପତ୍ତି ଠାବ କରିଥିଲା ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର କାନନ ବିହାର ଓ ନବରଙ୍ଗପୁର ଘରୁ ନଗଦ ୩ କୋଟି ୨ ଲକ୍ଷ ଟଙ୍କା ମିଳିଛି । ସେ ସବୁ ଟଙ୍କାକୁ ପ୍ରଶାନ୍ତ ପେଟି ଓ ବହି ଥାକରେ ଲୁଚାଇ ରଖିଥିଲେ । ଏମିତିକି ଭିଜିଲାନ୍ସ ଟିମ୍‌କୁ ଦେଖି ପଡ଼ୋଶୀଙ୍କ ଛାତକୁ ଫିଙ୍ଗି ଦେଇଥିଲେ ବିଡା ବିଡା ଟଙ୍କା । ନବରଙ୍ଗପୁର ସରକାରୀ ବାସଭବନର ତାଜା ଉପରେ ପେଟିରୁ ଜବତ ହୋଇଛି ୭୬ ଲକ୍ଷ ୪୪ ହଜାର ୫୦୦ ଟଙ୍କା । ଏଥସହ ସରକାରୀ ବାସଭବନ ଆଲମିରାରୁ ମିଳିଛି ନଗଦ ୧୨ଲକ୍ଷ ୪୮ ହଜାର ୮୦୦ ଟଙ୍କା ଜବତ କରାଯାଇଥିଲା । ପ୍ରଶାନ୍ତ ରାଉତ ୧୯୯୬ ମସିହା ଜୁଲାଇ ମାସରେ ଓଏଏସ୍ ଅଫିସ୍‌ର ଭାବେ ଆରମ୍ଭ କରିଥିଲେ ଚାକିରି । କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ସୁନ୍ଦରଗଡ଼, ବରଗଡ଼, ଯାଜପୁର ଓ କଟକ ଜିଲ୍ଲାରେ ତହସିଲଦାର ଓ ବିଡିଓ ଭାବେ କାର‌୍ୟ୍ୟ କରିଥିଲେ । ୨୦୧୨ ମସିହାରେ ଦାନଗଦିରେ ବିଡିଓ ଥିବା ବେଳେ ୫୮୪ ବସ୍ତା ପିଡିଏସ୍ ଚାଉଳ ହଡ଼ପ କରିଥିଲେ । ଏନେଇ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା । ତଦନ୍ତ ସମୟରେ ଜଣାପଡ଼ିଥିଲା ପ୍ରଶାନ୍ତ ଅଭିଯୁକ୍ତ । ତାଙ୍କ ବିରୋଧରେ ଚାର୍ଜସିଟ୍ ହୋଇଥିଲା । ସୁନ୍ଦରଗଡ଼ ବିର୍ସା ବ୍ଲକ୍‌ରେ ବିଡିଓ ଥିବା ସମୟରେ ୨୦୧୮ ନଭେମ୍ବରରେ ଝରିପାଣି ପ୍ରୋଜେକ୍ଟ ଅଫିସରଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା । କିଛି ଦିନ ଜେଲ୍‌ରେ ରହିବା ପରେ ଜାମିନରେ ଆସିଥିଲେ । ୨୦୨୦ ମସିହାରେ ତାଙ୍କ ପଦନ୍ନୋତି ହୋଇଥିଲା । ସେ ଅତିରିକ୍ତ ଉପ-ଜିଲ୍ଳାପାଳ ହୋଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!