Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଶ୍ୱିନ୍

by ସଞ୍ଜୟ ସ୍ୱାଇଁ
December 18, 2024
in NATIONAL NEWS, Sports
ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଶ୍ୱିନ୍
180
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କହିଲେ ସ୍ପିନ୍‌ ଲିଜେଣ୍ଡ ଆର୍‌ ଅଶ୍ୱିନ୍। ଗାବା ଟେଷ୍ଟ ପରେ ସେ ଅବସର ଘୋଷଣା କରିଛନ୍ତି। ଏହି ଷ୍ଟାର୍ କ୍ରିକେଟର୍‌ଙ୍କୁ ଏବେ ଆଉ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଦେଖିବାକୁ ମିଳିବ ନାହିଁ। ୩୮ ବର୍ଷ ବୟସରେ ରବିଚନ୍ଦ୍ରନ୍‌ କ୍ରିକେଟରୁ ଅବସର ନେଇ ଘୋଷଣା କରିଛନ୍ତି। ଅଶ୍ୱିନଙ୍କ ଏପର୍ଯ୍ୟନ୍ତ ଏକ ଦୃଢ଼ ରେକର୍ଡ ରହିଛି। ବୋଲିଂ ସହିତ ସେ ବ୍ୟାଟିଂରେ ମଧ୍ୟ ଉତ୍କର୍ଷ ପ୍ରଦର୍ଶନ କରିଛନ୍ତି। ସେ ନିଜ ଟେଷ୍ଟ କ୍ୟାରିଅରରେ ୫୦୦ରୁ ଅଧିକ ୱିକେଟ ନେଇଛନ୍ତି। ବ୍ରିସବେନରେ ତୃତୀୟ ଟେଷ୍ଟ ପରେ ସେ ଖବରଦାତା ସମ୍ମିଳନୀରେ ଅବସର ଘୋଷଣା କରିଛନ୍ତି। ଗାବା ଟେଷ୍ଟର ଡ୍ର ପରେ ରବିଚନ୍ଦ୍ରନ ଅଶ୍ୱିନ୍ ଅବସର ଘୋଷଣା କରି କହିଛନ୍ତି ଯେ ଭାରତ ପାଇଁ କ୍ରିକେଟର ଭାବରେ ଏହା ତାଙ୍କର ଥିଲା ଶେଷ ଦିନ। ଏହାପୂର୍ବରୁ ଯେତେବେଳେ ପଞ୍ଚମ ଦିନରେ ମ୍ୟାଚ୍ ବନ୍ଦ ହୋଇଥିଲା ସେତେବେଳେ ଟିମ୍ ଇଣ୍ଡିଆର ସଦସ୍ୟମାନେ ଡ୍ରେସିଂ ରୁମରେ ଉପସ୍ଥିତ ଥିଲେ, ଏହି ସମୟରେ ରବିଚନ୍ଦ୍ରନ ଅଶ୍ୱିନ ବିରାଟ କୋହଲିଙ୍କୁ ଆଲିଙ୍ଗନ କରିଥିଲେ। ୩୮ ବର୍ଷୀୟ କ୍ରିକେଟର ଆର୍ ଅଶ୍ୱିନ୍‌ଙ୍କ ନାଁରେ ଅନେକ ରେକର୍ଡ ରହିଛି। ସେ କ୍ରିକେଟ୍‌ ଜଗତରେ ଭାରତରେ ଦ୍ୱିତୀୟ ସର୍ବାଧିକ ୱିକେଟ୍ ନେଇଥିବା ଖେଳାଳି ଅଟନ୍ତି। ବିଶ୍ୱରେ ତାଙ୍କ ସ୍ଥାନ ୭ମରେ ରହିଛି। ତାଙ୍କ ନାମରେ ମୋଟ ୫୩୭ଟି ଟେଷ୍ଟ ୱିକେଟ୍ ରହିଛି। ସେହିପରି ODIରେ ୧୫୬ଟି ୱିକେଟ୍, ଟି-୨୦ରେ ୭୨ ୱିକେଟ୍, ଅନ୍ତର୍ଜାତୀୟ କ୍ୟାରିୟରରେ ୭୬୫ ୱିକେଟ୍ ନେଇଛନ୍ତି ଅଶ୍ୱିନ୍‌। ଏଥିସହିତ ସେ ସର୍ବାଧିକ ସଂଖ୍ୟକ ପ୍ଲେୟାର ଅଫ୍ ଦି ସିରିଜ୍ ପୁରସ୍କାର ଜିତିଛନ୍ତି (୧୧ ଥର), ଯାହା ମୁରଲୀଧରନ୍‌ଙ୍କ ସହ ସମାନ। ଜଣେ ସ୍ପିନର ଭାବରେ ତାଙ୍କ ବୋଲିଂ ଷ୍ଟ୍ରାଇକ୍ ହାର ହେଉଛି ୫୦.୭(୨୦୦+ ୱିକେଟ୍), ଯାହା ସର୍ବାଧିକ। କେବଳ ସ୍ପିନ୍‌ର୍‌ ନୁହନ୍ତି ଜଣେ ଭଲ ବ୍ୟାଟ୍ସମ୍ୟାନ୍‌ ଭାବେ ମଧ୍ୟ ଅଶ୍ୱିନ୍‌ ନିଜର ଛାପ ଛାଡ଼ିଛନ୍ତି। ସେ ଟେଷ୍ଟ କ୍ରିକେଟରେ ୩୫୦୩ ରନ୍ ସଂଗ୍ରହ କରି ମୋଟ ୬ ଟେଷ୍ଟ ଶତକ ହାସଲ କରିଛନ୍ତି । ପ୍ରଥମ ଶ୍ରେଣୀ କ୍ରିକେଟ୍‌ରେ ତାଙ୍କର ମୋଟ ୮ଟି ଶତକ ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!