Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ ଝିଅଙ୍କୁ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
June 14, 2024
in Crime, State
ମା’ ଝିଅଙ୍କୁ ମରଣାନ୍ତକ ଆକ୍ରମଣ
156
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁରରେ ଜଣେ ମହିଳା ଓ ତାଙ୍କ ଝିଅଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଘଟଣାଟି ଘଟିଛି ଅଇଁଠାପାଲି ଥାନା ଦାନୀପାଲି ଅଞ୍ଚଳରେ। ପୁଲିସ୍ ଦେଇଥିବା ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୯ଟା ବେଳେ ଇନ୍ଦୁ ଦାଶ ଓ ତାଙ୍କ ଝିଅ ପାୟଲ ଦାଶ ସେମାନଙ୍କ ଦୋକାନକୁ ଯାଉଥିଲେ। ସେମାନଙ୍କର ଏକ ଲେଡିଜ ଟେଲର ଦୋକାନ ଅଛି। ସେହି ସମୟରେ ଅଭିଯୁକ୍ତ ସୁରଜ ହାତୀ ଅତର୍କିତ ଭାବେ ସେମାନଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। ଜାଗାବାଡ଼ିକୁ ନେଇ ଉଭୟଙ୍କ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା। ଇନ୍ଦୁ ଓ ପାୟଲଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ପ୍ରଥମେ ସମ୍ବଲପୁର ସଦର ହସ୍‌ପିଟାଲକୁ ନିଆଯାଇଥିଲା। ତେବେ ଅବସ୍ଥା ଗୁରୁତର ଥିବାରୁ ପରେ ସେମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଅନ୍ୟପକ୍ଷରେ ଅଭିଯୁକ୍ତ ସୁରଜ ହାତୀ ଫେରାର ହୋଇଯାଇଛନ୍ତି। ତାଙ୍କ ପରିବାରର ସଦସ୍ୟମାନେ ମଧ୍ୟ ଘରେ ନାହାନ୍ତି। ପୁଲିସ୍ ସେମାନଙ୍କୁ ଖୋଜାଖୋଜି କରୁଛି। ସୂଚନାଯୋଗ୍ୟ, ଇନ୍ଦୁଙ୍କ ସ୍ୱାମୀ ମୋଜାଇକ ମିସ୍ତ୍ରୀ ଭାବେ କାମ କରୁଥିଲେ। ତେବେ ଅସୁସ୍ଥତା ହେତୁ ସେ ଆଉ କାମ କରିପାରୁ ନାହାନ୍ତି। ତେଣୁ ଇନ୍ଦୁ ଓ ତାଙ୍କ ଝିଅ ଏକ ଟେଲରିଂ ଦେକାନ ଦେଇଛନ୍ତି। ସେଥିରୁ ଯାହା ଉପାର୍ଜନ ହୁଏ, ସେଥିରେ ସେମାନଙ୍କ ପରିବାର ଚଳେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!