Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟଙ୍କା ମାଗିବାରୁ ଯୁବତୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

by ସଞ୍ଜୟ ସ୍ୱାଇଁ
March 22, 2025
in Crime, State
ଟଙ୍କା ମାଗିବାରୁ ଯୁବତୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
66
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ଭାଗ ପୋଖରୀରୁ ମାଛ ଚୋରି। ଟଙ୍କା ମାଗିବାରୁ ଟାଙ୍ଗିଆରେ ହାଣି ଯୁବତୀଙ୍କୁ ହତ୍ୟା। ମାଲକାନଗିରି ଜିଲ୍ଲା ମାଥିଲି ଥାନା ମହୁପଦର ଗ୍ରାମରେ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ହତ୍ୟା ସନ୍ଦେହରେ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ସୂଚନାନୁଯାୟୀ, ମହୁପଦର ଗ୍ରାମର ଲକ୍ଷ୍ମୀ କଲାର (୨୩ ବର୍ଷ) ଓ ଅନ୍ୟଜଣେ ବ୍ୟକ୍ତି ପୋଖରୀରେ ମାଛ ଚାଷ କରିଥିଲେ। ସେହି ଗ୍ରାମର ଜଣେ ବ୍ୟକ୍ତି ପୋଖରୀରୁ ମାଛ ଚୋରି କରିଥିବାର ଜାଣି ଲକ୍ଷ୍ମୀ ଶୁକ୍ରବାର ରାତିରେ ତାଙ୍କ ନିକଟକୁ ଯାଇ ଟଙ୍କା ମାଗିଥିଲେ। ହେଲେ ଉକ୍ତ ବ୍ୟକ୍ତି ଜଣଙ୍କ ଟଙ୍କା ନଦେଇ ଓଲଟା ଗାଳି ଗୁଲଜ କରିଥିଲେ। ଏହାପରେ ଲକ୍ଷ୍ମୀ ରାତିରେ ନିଜ ଘରକୁ ଫେରି ଆସିଥିଲେ। ଶନିବାର ସକାଳେ ଘରେ ଲକ୍ଷ୍ମୀ ଲୁଗା ଶୁଖାଉଥିବା ସମୟରେ ହଠାତ୍ ଉକ୍ତ ବ୍ୟକ୍ତି ଆସି ଲକ୍ଷ୍ମୀର ମୁଣ୍ଡକୁ ଟଙ୍ଗିଆରେ ଆକ୍ରମଣ କରିଥିଲା। ଫଳରେ ଲକ୍ଷ୍ମୀ ଅଚେତ ହୋଇ ତଳେ ପଡ଼ି ଯାଇଥିଲେ। ଲକ୍ଷ୍ମୀଙ୍କ ଭଉଣୀ ଗ୍ରାମବାସୀଙ୍କୁ ଡାକି ତାଙ୍କୁ ମାଥିଲି ଡାକ୍ତରଖାନାକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ଲକ୍ଷ୍ମୀଙ୍କୁ ମୃତ ଘୋଷଣା କରିଥିଲେ। ମାଥିଲି ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ମୃତଦେହ ଜବତ କରି ଶବ ବ୍ୟବଛେଦ ପାଇଁ ପଠାଇଛି। ହତ୍ୟା ସନ୍ଦେହରେ ପୋଲିସ ଜଣେ ଯୁବକକୁ ଅଟକ ରଖି ପଚରାଉଚରା କରୁଛି। ଖୁବଶୀଘ୍ର ଅଭିଯୁକ୍ତକୁ ଗିରଫ କରାଯିବ ବୋଲି ମାଥିଲି ଥାନା ଅଧିକାରୀ ଦେବଦତ୍ତ ମଲ୍ଲିକ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!