ନୟାଗଡ଼, (ବାଘୁଆବାର୍ତ୍ତା): ଟିଟିଲାଗଡ଼ରେ କାର୍ଯ୍ୟରତ ଦୁଇ ଜଣ ସାମ୍ବାଦିକଙ୍କୁ ବିଦ୍ୟୁତ ବିଭାଗର ଯନ୍ତ୍ରୀ ମାଡ଼ ମାରିଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି । ଏ ସମ୍ବନ୍ଧରେ ଓୟୁଜେର ରାଜ୍ୟ ସଭାପତି ପ୍ରଶନ୍ନ ମହାନ୍ତି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି । ନୟାଗଡ଼ ଜିଲ୍ଲା ୟୁନିଅନ ଅଫ ଜର୍ନାଲିଷ୍ଟର ସଭାପତି ଆଚାର୍ଯ୍ୟ ବିଶ୍ୱରଞ୍ଜନ ବିଦ୍ୟୁତ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ନଚେତ ଆଗାମୀ ଦିନରେ ସାରା ରାଜ୍ୟରେ ଆନ୍ଦୋଳନ କରାଯିବ ବୋଲି ପ୍ରକାଶ କରିଛନ୍ତି ।






