Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପାର ବିଭତ୍ସ କାଣ୍ଡ: ଚାରି ଝିଅର ତଣ୍ଟି କାଟି ହତ୍ୟା ଉଦ୍ୟମ, ଜଣେ ଝିଅର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
June 12, 2021
in Nayagarh
ବାପାର ବିଭତ୍ସ କାଣ୍ଡ: ଚାରି ଝିଅର ତଣ୍ଟି କାଟି ହତ୍ୟା ଉଦ୍ୟମ, ଜଣେ ଝିଅର ମୃତ୍ୟୁ
187
VIEWS
Share on FacebookShare on Twitter

ଗଡ଼ପୋଷ ,(ବାଘୁଆବାର୍ତ୍ତା): ବାପାର ବିଭତ୍ସ କାଣ୍ଡ। ଚାରି ଝିଅର ତଣ୍ଟି କାଟି ହତ୍ୟା ଉଦ୍ୟମ। ଗୋଟିଏ ଝିଅ ମୃତ । ତିନି ଝିଅ ଓ ସ୍ତ୍ରୀ ଗୁରୁତର। ଅଭିଯୁକ୍ତ ନିଜ ଗଳା କାଟି ଆତ୍ମହତ୍ୟା ଉଦ୍ୟମ କରିଥିବାର ଖବର ମିଳିଛି। ସମସ୍ତେ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସଳୟକୁ ସ୍ଥାନାନ୍ତର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସମ୍ବଲପୁର ଜିଲ୍ଲାର ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଯୌତୁକ ବାହାଲ ଗ୍ରାମରେ ୪ ଝିଅଙ୍କୁ ତଣ୍ଟି କାଟି ବାପା ସୁକୁ ଓରାମ ହତ୍ୟା ଉଦ୍ୟମ କରିଛି। ଝିଅମାନଙ୍କ ବୟସ ୧୫ରୁ ୨ବର୍ଷ ପର୍ଯ୍ୟନ୍ତ। ଜଣେ ତିନିବର୍ଷ ବୟସ ଝିଅର ମୃତ୍ୟୁୁ ଘଟିଛି। ସୁକୁ ମଧ୍ୟ ନିଜ ତଣ୍ଟି କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲ। ଏହି ଘଟଣାରେ ପତ୍ନୀ ଏତେବରୀ ଓରାମ ମଧ୍ୟ ଆହତ ହୋଇଛନ୍ତି। ତାଙ୍କ ହାତରେ ଆଘାତ ଲାଗିଛି। ଗାଁରେ ଗୋବିନ୍ଦପୁର ଥାନା ଅଧିକାରୀ ପ୍ରତାପ ରଣା, ତହସିଲଦାର ଅନୀଲ କୁଲୁ ମଧ୍ୟ ଉପସ୍ଥିତ ରହି ତଦନ୍ତ କରୁଛନ୍ତି। ଘଟଣାର ପ୍ରକୃତ କାରଣ ଜଣାପଡ଼ିନି। ସମସ୍ତଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!