Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା ଉପରେ ଅଟୋ ଚାଳକଙ୍କ ଗଳା କାଟିଦେଲେ

by ସଞ୍ଜୟ ସ୍ୱାଇଁ
December 15, 2024
in Crime, State
ରାସ୍ତା ଉପରେ ଅଟୋ ଚାଳକଙ୍କ ଗଳା କାଟିଦେଲେ
51
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ରାସ୍ତା ମଝିରେ ଅଟୋ ଚାଳକଙ୍କ ଗଳା କାଟିଦେଲେ। ଆଜି ଅପରାହ୍ନରେ ଏପରି ବୀଭତ୍ସ ହତ୍ୟାକାଣ୍ଡ ରାୟଗଡ଼ା ଜିଲ୍ଲା ଟିକିରି ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ବର୍ତ୍ତମାନ ସୁଦ୍ଧା ପୁଲିସ୍ ହତ୍ୟାକାରୀଙ୍କ ପାଖରେ ପହଞ୍ଚି ପାରି ନାହିଁ। ମୃତ ବଳରାମ ଖରାଙ୍କ ଘର କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଗାରିଡ଼ି ଗାଁରେ। କିନ୍ତୁ ସେ ରାୟଗଡ଼ା ଜିଲ୍ଲା ଦୋରାଗୁଡ଼ା ଆର୍‌ଆଇ କଲୋନୀରେ ଘର ଭଡ଼ା ନେଇ ପରିବାର ଲୋକଙ୍କ ସହ ରହୁଥିଲେ। ଆଜି ସେ ନିଜର ଅଟୋ ଚଲାଇ ସିଙ୍ଗାରାମଠାରୁ ଟିକିରି ଅଭିମୁଖେ ଯାଉଥିଲେ। ତେବେ ଫୁଲ୍‌ଯୋବା ଛକରେ କୌଣସି ଦୁର୍ବୃତ୍ତ ତାଙ୍କ ଗଳା କାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ରାସ୍ତା ପାର୍ଶ୍ୱରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଦେଖି ପୁଲିସ୍‌କୁ ଖବର ଦେଇଛି। ସାଇଣ୍ଟିଫିକ୍ ଟିମ୍ ସହ ଟିକିରି ସମେତ ୩ ଥାନାର ଥାନା ଅଧିକାରୀ ଓ ଏସ୍‌ଡିପିଓ ରଶ୍ମୀ ରଞ୍ଜନ ସେନାପତି ଘଟଣା ସ୍ଥଳରେ ପହଞ୍ଚିଥିଲେ। ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ତେବେ ବଳରାମଙ୍କୁ କିଏ ଓ କଣ ପାଇଁ ହତ୍ୟା କଲା? ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ। ପୁଲିସ୍ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି। ତେବେ ଏନେଇ ପୁଲିସ୍‌ର ପ୍ରତିକ୍ରିୟା ମିଳିପାରି ନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!