Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ବିଧାନରେ ଥିବା କର୍ତବ୍ୟ ଓ ଅଧିକାର ବିଷୟରେ ସଚେତନତା ଶିବିର

by ସଞ୍ଜୟ ସ୍ୱାଇଁ
January 30, 2025
in Nayagarh, State
ସମ୍ବିଧାନରେ ଥିବା କର୍ତବ୍ୟ ଓ ଅଧିକାର ବିଷୟରେ ସଚେତନତା ଶିବିର
205
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଜିଲା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ଏବଂ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ୱାବଧାନରେ ଇନସ୍ପାୟାର ମହାବିଦ୍ୟାଳୟ, ନୟାଗଡ଼ ଠାରେ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ, ନୟାଗଡ଼ଙ୍କ ତରଫରୁ ନାଗରିକମାନଙ୍କ ପାଇଁ ସମ୍ବିଧାନରେ ଥିବା କର୍ତବ୍ୟ ଓ ଅଧିକାର ସମ୍ବନ୍ଧରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି ।

ସଚିବ ଅଞ୍ଜଳି ମଛଖଣ୍ଡ ମୁଖ୍ୟଅତିଥିଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଶିବିରକୁ ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ ଇନସ୍ପାୟାର ମହାବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀମାନଙ୍କୁ ସମ୍ବିଧାନର ୩୨ଧାରାରେ ଥିବା ଆଇନ୍‌ର ବିଧିବ୍ୟବସ୍ଥା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇଥିଲେ । ଜଣେ ଭାରତୀୟ ନାଗରିକର  ୬ଗୋଟି ଅଧିକାର ଓ ୧୧ଗୋଟି କର୍ତବ୍ୟ  କ’ଣ କ’ଣ ସେ ବିଷୟରେ ସମବେତ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ । ଅନ୍ୟତମ ସମ୍ମାନିତ ଅତିଥିଭାବେ ଅଧିବକ୍ତା ରମେଶ ଚନ୍ଦ୍ର ମହାରଣା, ଆଇନ୍‌ଜୀବୀ କବିତା ମିଶ୍ରୀ, ସ୍ୱେଚ୍ଛାସେବୀ ଅମନ ମିଶ୍ର ଏବଂ ଇନ୍‌ସ୍ପାୟାର କଲେଜର ଓଡ଼ିଆ ଅଧ୍ୟାପକ ମାନଓ କୁମାର ବଳବନ୍ତରାୟ ପ୍ରମୁଖ ଉପସ୍ଥିତ ରହି ନିଜନିଜର ବକ୍ତବ୍ୟ ରଖିଥିଲେ ।

ଉକ୍ତ ଶିବିରଟିକୁ ସଫଳ କରିବାରେ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣର ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ପ୍ରଫୁଲ୍ଲ କୁମାର ବେହେରା, ମମତା ବେହେରା, ଶୁଭସ୍ମିତା ମିଶ୍ର, ପ୍ରମୋଦ କୁମାର ମହାନ୍ତି, ରମେଶ ଚନ୍ଦ୍ର ବେହେରା ଏବଂ ପ୍ରାଧିକରଣର କର୍ମଚାରୀ ପବନ କୁମାର ବେହେରା, ପ୍ରଶାନ୍ତ କୁମାର ସାହୁ ଏବଂ ରାଜେଶ କୁମାର ବାରିକ ପ୍ରମୁଖ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!