Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ସମନ ପଠାଇଲା ଇଡି

by ସଞ୍ଜୟ ସ୍ୱାଇଁ
October 3, 2024
in NATIONAL NEWS, Sports
ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ସମନ ପଠାଇଲା ଇଡି
71
VIEWS
Share on FacebookShare on Twitter

ହାଇଦ୍ରାବାଦ୍‌, (ବାଘୁଆବାର୍ତ୍ତା) ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ଆର୍ଥିକ ଘୋଟାଲା ସହ ଜଡିତ ଅର୍ଥ ହେରଫେର ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପୂର୍ବତନ କ୍ରିକେଟର ତଥା କଂଗ୍ରେସ ନେତା ମହମ୍ମଦ ଆଜାହରୁଦ୍ଦିନଙ୍କୁ ସମନ ପଠାଇଛି। ତାଙ୍କୁ ଆଜି ଅର୍ଥାତ୍‌ ଗୁରୁବାର ପଚରାଉଚରା ପାଇଁ ଡକାଯାଇଛି। ଆଜାହରୁଦ୍ଦିନ ହାଇଦ୍ରାବାଦ କ୍ରିକେଟ ଆସୋସିଏସନରେ ପାଣ୍ଠିର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଏହି ମାମଲାରେ ୨୦ କୋଟି ଟଙ୍କା ହେରଫେର୍‌ ହୋଇଥିବା କୁହାଯାଉଛି। ସୂଚନା ଅନୁଯାୟୀ, ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ଅଧିକାରୀଙ୍କ ବିରୋଧରେ ଇଡି ଅର୍ଥ ହେରଫେର ମାମଲା ରୁଜୁ କରିଥିଲା। ଇଡି ତେଲଙ୍ଗାନାର ୯ଟି ସ୍ଥାନ ଉପରେ ଚଢାଉ କରି ବହୁ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଏବଂ ଡିଜିଟାଲ ଉପକରଣ ଉଦ୍ଧାର କରିଥିଲା। ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଅନୁଯାୟୀ, ହାଇଦ୍ରାବାଦ କ୍ରିକେଟ ଆସୋସିଏସନ ଅଧିକାରୀମାନେ ରାଜୀବ ଗାନ୍ଧୀ କ୍ରିକେଟ ଷ୍ଟାଡିୟମ ନିର୍ମାଣରେ ଆର୍ଥିକ ଅନିୟମିତତା କରିଥିଲେ। ସେମାନେ ବେସରକାରୀ କମ୍ପାନୀମାନଙ୍କୁ ଉଚ୍ଚ ହାରରେ ଚୁକ୍ତି କରିଥିଲେ ଏବଂ ଆସୋସିଏସନକୁ କୋଟି ଟଙ୍କା ମୂଲ୍ୟର କ୍ଷତି ଘଟାଇଲେ। ଏହି ମାମଲାରେ ଇଡି ତିନୋଟି ମାମଲା ରୁଜୁ କରିଛି ଏବଂ ଅଧିକ ଅନୁସନ୍ଧାନ ଚାଲିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!