Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାବୁଶାନ୍-ପ୍ରକୃତିଙ୍କୁ କମିଶନରେଟ୍ ପୋଲିସର ନୋଟିସ୍

by ସଞ୍ଜୟ ସ୍ୱାଇଁ
July 24, 2022
in Crime, State
ବାବୁଶାନ୍-ପ୍ରକୃତିଙ୍କୁ କମିଶନରେଟ୍ ପୋଲିସର ନୋଟିସ୍
273
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜରାସ୍ତାରେ ଷ୍ଟାର କଳି ଘଟଣାରେ ଆକ୍ସନ । ବାବୁସାନ ଓ ପ୍ରକୃତିଙ୍କୁ ପୋଲିସର ନୋଟିସ । ଫୋନ ଯୋଗେ ଉଭୟଙ୍କୁ ନୋଟିସ କଲା କମିସନରେଟ ପୋଲିସ । ଥାନାରେ ହାଜର ହୋଇ ପକ୍ଷ ରଖିବାକୁ ଉଭୟଙ୍କୁ ଅବଗତ କରିଛି ପୋଲିସ । ସେପଟେ ମନ୍ମଥ ମିଶ୍ରଙ୍କ ଅଭିଯୋଗ ପରେ ଲଳିତ ଶତପଥୀଙ୍କୁ ନୋଟିସ କରିଥିଲା ପୋଲିସ । ଆଉ ଏବେ ଲଳିତଙ୍କୁ ପଚରାଉଚରା କରିଛି ଖାରବେଳ ନଗର ଥାନା ପୋଲିସ । ସୂଚନାଯୋଗ୍ୟ ଯେ, ଶନିବାର ସକାଳ ସମୟରେ ପ୍ରକୃତିଙ୍କ ସହ ବାବୁଶାନ ଗାଡ଼ିରେ ଯିବା ବେଳେ ମାଡ଼ ମାରିଲେ ପତ୍ନୀ। ପ୍ରକୃତି ତାଙ୍କ ପରିବାରକୁ ନଷ୍ଟ କରୁଥିବା କହି ପ୍ରକୃତିଙ୍କ ଚୁଟି ଟଣା ଓଟରା କରି ମାରିଥିଲେ। ବାବୁଶାନଙ୍କ ସହ ସଂପର୍କ ଖରାପ ପାଇଁ ପ୍ରକୃତି ଦାୟୀ ବୋଲି କହିଥିଲେ। ରାସ୍ତା ମଝିରେ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ଗୋଡ଼େଇ ଗୋଡ଼େଇ ପିଟିଥିଲେ ପତ୍ନୀ। ବାବୁଶାନ୍ ପ୍ରତିବାଦ କରିଥିବାରୁ, କାର୍ ରୁ ଟାଣି ଆଣି ତାଙ୍କୁ ବି ମାଡ଼ ମାରିଥିଲେ ପତ୍ନୀ। ତେବେ ରାଜଧାନୀର ରାଜରାସ୍ତାରେ ଏପରି ଘଟଣା ଘଟିବା ପରେ ପ୍ରକୃତି ମିଶ୍ରଙ୍କ ବାପା ମନ୍ମଥ ମିଶ୍ର ଖାରବେଳ ନଗର ଥାନାରେ ଲଳିତ ଶତପଥୀଙ୍କ ନାଁରେ ଅଭିଯୋଗ କରିଥିଲେ । ଏହାର କିଛି ସମୟ ପରେ ବାବୁସାନ୍‌ଙ୍କ ମାଆ ତଥା ଅଭିନେତ୍ରୀ ଅପରାଜିତ ମହାନ୍ତି ଓ ତାଙ୍କ ବୋହୂ ତୃପ୍ତି ଯାଇ ଖାରବେଳ ନଗର ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଉଭୟ ଅଭିଯୋଗକୁ ଭିତ୍ତି କରି ତଦନ୍ତ ଆରମ୍ଭ କରିଛି । ଆଉ ଏବେ ବାବୁସାନ ଓ ପ୍ରକୃତିଙ୍କୁ ଫୋନ୍‌ ଯୋଗେ ନୋଟିସ୍‌ ଜାରି କରିଛି । ଥାନାରେ ହାଜର ହୋଇ ପକ୍ଷ ରଖିବାକୁ ଉଭୟଙ୍କୁ ଅବଗତ କରିଛି କମିଶନରେଟ୍ ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!