
ନୟାଗଡ଼,(ବାଘୁଆବାର୍ତ୍ତା):ନୟାଗଡ଼ ବଚପନ୍ ଓ ଗାଇଡାନ୍ସ ସ୍କୁଲର ୧୧ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରଥମ ଦିବସରେ ସମାଜସେବୀ ଅରୁଣ କୁମାର ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ଓ ବିଶିଷ୍ଟ ଅତିଥି ଭାବେ ନୟାଗଡ ପୌର ପରିଷଦ ଅଧକ୍ଷା ନିରୁପମା ଖଟେଇ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ଲେ ଗ୍ରୁପ୍, ନର୍ସରୀ, ଜୁନିଅର କେ.ଜି ଓ ସିନିୟର୍ କେ.ଜି ଶିଶୁ ମାନଙ୍କର ଏହି ପ୍ରଥମ ଦିବସରେ ଶିଶୁ ମାନଙ୍କ ଦ୍ଵାରା ବିଭିନ୍ନ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥିବା ଶିଶୁଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଅଧ୍ୟକ୍ଷ ଅବିନାଶ ସାହୁଙ୍କ ପ୍ରତେକ୍ଷ ତତ୍ୱାବଧନରେ ଶିଶୁ ମାନଙ୍କ ଦ୍ଵାରା ଚିତ୍ତାକର୍ଷକ ଡ୍ରାମା ଆଜିର ଦିନରେ ସୋସିଆଲ ମିଡ଼ିଆର ଅପବ୍ୟବହାର , ଶ୍ରୀକୃଷ୍ଣ ଓ ନାରଦଙ୍କ ମର୍ତ୍ୟ ପରିଦର୍ଶନ ପରିବେଷଣ କରିବା ସହ କୁନି କୁନି ଶିଶୁ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇ ଥିଲା । ପ୍ରିନ୍ସିପାଲ ଅମୂଲ୍ୟ କୁମାର ଦାସ ବାର୍ଷିକ ବିବରଣୀ ପାଠ କରିବା ସହ ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ପି.ଆର.ଓ କଳ୍ପନା ଭଦ୍ର ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ତଥା ସେବିକା ସହଯୋଗ କରି କାର୍ଯ୍ୟକ୍ରମ ସାଫଲ୍ୟ ମଣ୍ଡିତ କରିଥିଲେ ।






