Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୦ ଘଣ୍ଟା ପରେ ରାଞ୍ଚି ଫେରିଲେ ହେମନ୍ତ ସୋରେନ୍

by ସଞ୍ଜୟ ସ୍ୱାଇଁ
January 30, 2024
in NATIONAL NEWS, Politics
ଗିରଫ ହୋଇପାରନ୍ତି ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍!
70
VIEWS
Share on FacebookShare on Twitter

ରାଞ୍ଚି, (ବାଘୁଆବାର୍ତ୍ତା): ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ରାଞ୍ଚି ଫେରିଛନ୍ତି । ୪୦ ଘଂଟା ପରେ ସେ ରାଞ୍ଚି ଫେରିଛନ୍ତି । ହଠାତ୍ ସେ ଦିଲ୍ଲୀରୁ ଗାୟବ ହୋଇଯାଇଥିଲେ । ଜମି ଦୁର୍ନୀତି ମାମଲାରେ ସୋରେନଙ୍କୁ ୧୦ଥର ସମନ ଜାରି କରାଯାଇଛି । ଗତକାଲି ହେମନ୍ତ ସୋରେନଙ୍କ ଦିଲ୍ଲୀ ବାସଭବନକୁ ଯାଇଥିଲେ ଇଡି ଅଧିକାରୀ । ହେଲେ ତାଙ୍କୁ ନପାଇ ନିରାଶ ହୋଇ ଫେରିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ବିଏମଡବ୍ଲୁ କାରକୁ ଜବତ କରି ସାଙ୍ଗରେ ନେଇଥିଲେ । ଏହାପରେ ଇଡିର ଆଉ ଏକ ଟିମ ରାଞ୍ଚି ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲେ ମଧ୍ୟ ତାଙ୍କୁ ପାଇନଥିଲେ । ସେପଟେ ହେମନ୍ତ ସୋରେନ୍ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଚିଠି ଲେଖିଛନ୍ତି । ଜମି ଦୁର୍ନୀତି ସମ୍ପର୍କିତ ଟଙ୍କା ହେରଫେର ମାମଲାରେ ତାଙ୍କୁ ପଚରାଉଚରା କରିବାକୁ ଇଡି ଖୋଜୁଥିବା ବେଳେ ଚିଠି ଲେଖିଛନ୍ତି ସୋରେନ । ସମନ ପଛରେ ରାଜନୈତିକ ଉଦ୍ଦେଶ୍ୟ ଥିବା ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟରେ ବାଧା ଦେଉଥିବା ଚିଠିରେ ଉଲ୍ଲେଖ କରିଛନ୍ତି । ତେବେ ବଜେଟ ପାଇଁ ସେ ବ୍ୟସ୍ତ ଥିବା କହିଛନ୍ତି । ଏବଂ ବୁଧବାର ଦିନ ଇଡି କାର୍ଯ୍ୟାଳୟରେ ନିଜର ବୟାନ ରେକର୍ଡ କରିବେ ବୋଲି କହିଛନ୍ତି ହେମନ୍ତ ସୋରେନ । ଇଡି ଚଢାଉକୁ ନେଇ ଉତେଜନା ବଢୁଥିବାରୁ ଝାଡଖଣ୍ଡ ରାଜଭବନ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବାସଭବନ, ଇଡି କାର୍ଯ୍ୟାଳୟ ଓ ରାଜଭବନର ୧୦୦ମିଟର ପରିଧି ଭିତରେ ୧୪୪ଧାରା ଜାରି କରାଯାଇଛି । ହେମନ୍ତ ସୋରେନଙ୍କ ଦିଲ୍ଲୀ ବାସଭବନରୁ ନଗଦ ୩୬ ଲକ୍ଷ ଟଙ୍କା ଜବତ କରିଛି ଇଡି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!