Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରୋଞ୍ଜ ଜିତିଲେ ବଜରଙ୍ଗ ପୁନିଆ

by ସଞ୍ଜୟ ସ୍ୱାଇଁ
August 7, 2021
in NATIONAL NEWS, Sports, WORLD
ବ୍ରୋଞ୍ଜ ଜିତିଲେ ବଜରଙ୍ଗ ପୁନିଆ
44
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ଚଳିତ ଟୋକିଓ ଅଲିମ୍ପିକ୍ସର ରେସଲିଂ ଭାରତକୁ ଆଉ ଗୋଟିଏ ପଦକ ମିଳିଛି। ଦେଶର ଷ୍ଟାର ରେସଲର ବଜରଙ୍ଗ ପୁନିଆ ଆଜି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଗତକାଲି ସେମିଫାଇନାଲରେ ହାରିଥିବା ବଜରଙ୍ଗ ଆଜି କାଜାଖସ୍ତାନର ଦୌଲେତ ନିୟାଜ ବେକୋଭଙ୍କୁ ୮-୦ରେ ପରାସ୍ତ କରିଛନ୍ତି। ପୁରୁଷ ୬୫ କେଜି ଫ୍ରିଷ୍ଟାଇଲ୍ ସେମିଫାଇନାଲରେ ଭାରତର ଷ୍ଟାର୍ ରେସଲର୍ ବଜରଙ୍ଗ ପୁନିଆ ସେମିରେ ଆଜରବାଇଜାନର ହାଜି ଅଲିୟେଭଙ୍କ ନିକଟରୁ ୧୨-୫ ପଏଣ୍ଟରେ ହାରିଥିଲେ। କିନ୍ତୁ ଆଜି ସେ ଜବରଦସ୍ତ କମବ୍ୟାକ୍‌ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏହି ବିଜୟ ସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୬ରେ ପହଞ୍ଚିଛି। ୨୦୧୨ ଅଲିମ୍ପିକ୍ସରେ ମଧ୍ୟରେ ଭାରତ ସମାନ ୬ଟି ପଦକ ଜିତିଥିଲା। ବଜରଙ୍ଗ ପୂର୍ବରୁ ୫୭ କେଜି ଫ୍ରି ଷ୍ଟାଇଲ ରେସଲିଂରେ ରବି କୁମାର ଦାହିୟା ଭାରତ ପାଇଁ ରୌପ୍ୟ ପଦକ ଜିତିଥିଲେ। ବଜରଙ୍ଗ ପ୍ରି-କ୍ୱାର୍ଟର୍ ଫାଇନାଲରେ କିର୍ଗିଜସ୍ତାନର ଏର୍ନାଜର ଅକମାତାଲିଏଭଙ୍କୁ ହରାଇଥିବା ବେଳେ କ୍ୱାର୍ଟର୍ ଫାଇନାଲରେ ଇରାନରୀ ମୋର୍ତେଜା ଘିଆସି ଚେକାଙ୍କୁ ପରାସ୍ତ କରି ସେମିଫାଇନାଲରେ ସ୍ଥାନ ହାସଲ କରିଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!