Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲି ମାଫିଆଙ୍କ ଗୁଣ୍ଡାରାଜ, ଆଇଆଇସିଙ୍କୁ ପିଟିଲେ

by ସଞ୍ଜୟ ସ୍ୱାଇଁ
December 18, 2024
in Crime, State
ବାଲି ମାଫିଆଙ୍କ ଗୁଣ୍ଡାରାଜ, ଆଇଆଇସିଙ୍କୁ ପିଟିଲେ
123
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ଥମୁନି ବାଲି ମାଫିଆଙ୍କ ଗୁଣ୍ଡାରାଜ। ଚଢ଼ାଉ ପାଇଁ ଯାଇଥିବା ବେଳେ ଆଇଆଇସିଙ୍କୁ ମାଡ଼ ମାରିଲେ, ପୁଲିସ ଗାଡ଼ି ଭାଙ୍ଗିଲେ ବାଲି ମାଫିଆ। ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅଧିକାରୀ ପ୍ରକାଶ ରଥଙ୍କୁ ବାଲି ମାଫିଆ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଆଇଆଇସିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରଯାଇଛି। ତାଙ୍କ ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି। କପ୍ତିପଦା ଥାନା ଅଧିକାରୀ ପ୍ରକାଶ ରଥ ଆଜି ସକାଳେ ଡାହିସାହି ଅଞ୍ଚଳରେ ଗୋଟିଏ ଜାଗାରେ ବେଆଇନ ଭାବେ ଗଚ୍ଛିତ ରଖାଯାଇଥିବା ବାଲି ଜବତ କରିବାକୁ ଯାଇଥିଲେ। ଏହି ସମୟରେ ଆଇଆଇସି ସେଠାରେ ପହଞ୍ଚି ବାଲି କାହାର ଏବଂ କିଏ ଗଚ୍ଛିତ ରଖିଛି ବୋଲି ପଚାରିବା କ୍ଷଣି ମାଫିଆ ଏବଂ ତାଙ୍କ ସ୍ତ୍ରୀଙ୍କ ସମେତ ୫ରୁ ଅଧିକ ମହିଳା ମିଶି ଥାନା ଅଧିକାରୀଙ୍କୁ ଆକ୍ରମଣ କରିଥିଲେ। ଥାନା ଅଧିକାରୀଙ୍କୁ ପଥର ମାଡ଼ କରିବା ସହିତ ପୁଲିସ ଗାଡ଼ିକୁ ମଧ୍ୟ ଭଙ୍ଗାରୁଜା କରିଥିଲେ। ମାଫିଆଙ୍କ ପଥର ମାଡ଼ରେ ପୁଲିସ ଗାଡ଼ି ଭାଙ୍ଗି ଯାଇଛି। ଥାନା ଅଧିକାରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ମାଫିଆଙ୍କ ନାଁରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!