Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲିଅନ୍ତାରେ ଯୁବକକୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣା:ଡିଜିପିଙ୍କୁ ମୁଖ୍ଯମନ୍ତ୍ରୀଙ୍କ କଡ଼ା ତାଗିଦ୍

by ସଞ୍ଜୟ ସ୍ୱାଇଁ
May 10, 2026
in State
ବାଲିଅନ୍ତାରେ ଯୁବକକୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣା:ଡିଜିପିଙ୍କୁ ମୁଖ୍ଯମନ୍ତ୍ରୀଙ୍କ କଡ଼ା ତାଗିଦ୍
157
VIEWS
Share on FacebookShare on Twitter

   ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା ବା ମବ୍‌ ଲିଞ୍ଚିଙ୍ଗ୍ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଘଟଣା ସମ୍ପର୍କରେ ସବିସ୍ତୃତ ଆଲୋଚନା କରିବା ପରେ କ୍ରାଇମ୍‌ବ୍ରାଞ୍ଚ୍‌ ଦ୍ୱାରା ଏହି ଘଟଣାର ସଠିକ୍ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରି ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନ ହୁଏ, ସେଥିପାଇଁ ପୋଲିସ ମହାନିର୍ଦ୍ଦେଶକ ସତର୍କ ଓ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ ତାଗିଦ୍ କରିଥିଲେ । ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୋଲିସ ମହାନିର୍ଦ୍ଦେଶକ  ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଗୁଇନ୍ଦା ନିର୍ଦ୍ଦେଶକ ଆର.ପି. କୋଚ୍ଚେ, ଅତିରିକ୍ତ ମହାନିର୍ଦ୍ଦେଶକ ଆଇନ ଶୃଙ୍ଖଳା ସଞ୍ଜୟ କୁମାର, ଏ.ଡି.ଜି କ୍ରାଇମବ୍ରାଞ୍ଚ୍ ବିନୟତୋଷ ମିଶ୍ର, ପୋଲିସ କମିଶନର  ଏସ. ଦେବଦତ୍ତ ସିଂହ ଏବଂ ଡ଼ି.ସି.ପି  ଜଗମୋହନ ମୀନା ପ୍ରମୁଖ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!