Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲୁଗାଁ ଓ ନିରାକାରପୁର ଅଞ୍ଚଳକୁ ଅଚାନକ ଗସ୍ତ କଲେ ଅରୁଣ ସାହୁ, ଦେଖନ୍ତୁ ଭିଡିଓ

by ସଞ୍ଜୟ ସ୍ୱାଇଁ
September 16, 2019
in Video
39
VIEWS
Share on FacebookShare on Twitter

ଭୁବନେଶ୍ବର: ଆଜି ପୂର୍ବାହ୍ନରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂ ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଅଚାନକ ବାଲୁଗାଁସ୍ଥିତ ମତ୍ସ୍ୟ ବିଭାଗ କାର୍ଯ୍ୟାଳୟ ଅଚାନକ ଗସ୍ତ କରିଥିଲେ। ପରିଦର୍ଶନ ସମୟରେ ମନ୍ତ୍ରୀ ଡ. ସାହୁ କର୍ମଚାରୀମାନଙ୍କ ଉପସ୍ଥାନ ଯାଞ୍ଚ କରିଥିଲେ। ପରେ କାର୍ଯ୍ୟାଳୟ ବୁଲି ଦେଖିବା ସହିତ ବିଭାଗ ପକ୍ଷରୁ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ୫ ‘ଟି’ ମନ୍ତ୍ରକୁ କଡ଼ାକଡ଼ି ଭାବେ ଅନୁପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ଗସ୍ତ ସମୟରେ କାର୍ଯ୍ୟାଳୟରେ ଅନୁପସ୍ଥିତ କର୍ମଚାରୀମାନଙ୍କ ବିରୋଧରେ କାର୍ଯ୍ୟନୂଷ୍ଠାନ ଗ୍ରହଣ କରିବାକୁ ମନ୍ତ୍ରୀ ଡ. ସାହୁ କହିଥିଲେ ।

ଏଥି ସହିତ ମନ୍ତ୍ରୀ ଡ. ସାହୁ ଅପରାହ୍ନରେ ନିରାକାର ପୁରସ୍ଥିତ କ୍ଷେତ୍ରବାସୀ ଦୟାନନ୍ଦ ଆଙ୍ଗ୍ଲୋବେଦିକ ଡିଗ୍ରୀ ମହାବିଦ୍ୟାଳୟ ଅଚାନକ ଗସ୍ତ କରିଥିଲେ। ମନ୍ତ୍ରୀଙ୍କ ଗସ୍ତ ସମୟରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ପ୍ରାୟ ଦେଢ଼ ଘଣ୍ଟାରୁ ଊଦ୍ଧ୍ୱର୍ ସମୟ ମନ୍ତ୍ରୀ କଲେଜ ଓ ଶ୍ରେଣୀଗୃହ ବୁଲି ଦେଖିଥିଲେ ।ଏହି ସମୟରେ ଶ୍ରେଣୀ ଗୃହରେ ଛାତ୍ରଛାତ୍ରୀଙ୍କ ବହୁଳ ଉ ପସ୍ଥାନ ଦେଖି ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। ତେବେ ମହାବିଦ୍ୟାଳୟ ପରିସର ଓ ପରିବେଶ ସଫାସୁତୁରା ନଥିବାରୁ ମନ୍ତ୍ରୀ ବିରକ୍ତି ପ୍ରକାଶ କରିବା ସହିତ ଆସନ୍ତା ୩ ମାସ ମଧ୍ୟରେ ପରିସରକୁ ପରିଷ୍କାର ପରିଚ୍ଛନ୍ନ କରି ମହାବିଦ୍ୟାଳୟ ରୂ ପରେଖ ବଦଳାଇବା ପାଇଁ ଅଧ୍ୟକ୍ଷଙ୍କୁ ତାଗିଦ୍‌ କରିଥିଲେ ।

ଆଲୋଚନା ସମୟରେ ମହାବିଦ୍ୟାଳୟର ବିଦ୍ୟୁତ ସମସ୍ୟା ସଂପର୍କରେ ଅଧ୍ୟକ୍ଷ କହିଥିବାବେଳେ ଏ ନେଇ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ସାତ ଦିନ ମଧ୍ୟରେ ସମାଧାନ କରିବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ମହାବିଦ୍ୟାଳୟର ଅନ୍ୟାନ୍ୟ ସମସ୍ୟାକୁ ବିଭାଗୀୟ ସ୍ତରରେ ସମାଧାନ କରାଯିବ ବୋଲି ମନ୍ତ୍ରୀ କହିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!