Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଣ ବିସ୍ଫୋରଣରେ ମଉସା-ପୁତୁରା ଗୁରୁତର

by ସଞ୍ଜୟ ସ୍ୱାଇଁ
March 10, 2025
in Nayagarh, State
ବାଣ ବିସ୍ଫୋରଣରେ ମଉସା-ପୁତୁରା ଗୁରୁତର
282
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲାର ନୂଆଗାଁ ଥାନା ହିରାଦେଇପୁରରେ ବାଣ ବିସ୍ଫୋରଣରେ ଦୁଇ ଗୁରୁତର । ଜଣେ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ଅନ୍ୟ ଜଣଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଦୁଇ ଗୁରୁତର ହେଲେ ଦଶପଲ୍ଲା ଶ୍ରୀରାମପୁରର ଅମୀୟ ନାୟକ ଏବଂ ହିରାଦେଇପୁର ଗ୍ରାମର ସୁବଳ । ଉଭୟ ସମ୍ପର୍କୀୟ ମଉସା ପୁତୁରା ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ଅମୀୟ ହିରାଦେଇପୁର ଗାଁର ଶଢୁ ଘରକୁ ବାଣ ଧରି ଆସିଥିଲେ । ନୟାଗଡ ନିକଟ ନବଘନପୁରରେ ବାଣ ଫୁଟାଇବା ପାଇଁ ସେ ଅର୍ଡର ରଖିଥିଲେ । ତେବେ ହଠାତ କୌଣସି କାରଣରୁ ସୋମବାର ମଧ୍ୟାହ୍ନରେ ରଖାଯାଇଥିବା ବାଣରେ ନିଆଁ ଲାଗି ବିସ୍ଫୋରଣ ହୋଇଥିଲା । ଫଳରେ ସେହି ସ୍ଥାନରେ ଥିବା ଦୁଇ ମଉସା ଓ ପୁତୁରା ଗୁରୁତର ହୋଇଥିଲେ । ଅମୀୟଙ୍କର ଶରୀରର ୮୦ପ୍ରତିଶତରୁ ଅଧିକ ପୋଡିଯାଇଥିବା ବେଳେ ସୁବଳଙ୍କ ଶରୀରର ୨୦ପ୍ରତିଶତ ପୋଡିଯାଇଥିବା ଡାକ୍ତର କହିଛନ୍ତି । ସରକାର ବାଣ ତିଆରି ବନ୍ଦ କରିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଏହାକୁ କାର୍ଯ୍ୟକାରୀ କରିପାରୁ ନାହିଁ । ସମ୍ପର୍କୀୟଙ୍କ ଘରେ କମ୍ପାନୀ ବାଣ ରଖାଯାଇଥିବା କହୁଥିବା ବେଳେ ପ୍ରକୃତରେ କିନ୍ତୁ ଗଛ ବାଣ ରଖାଯାଇଥିଲା ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!