ପୁରୀ, (ବାଘୁଆବାର୍ତ୍ତା): ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି । ଏଥିପାଇଁ ପ୍ରାୟ ୫ ଘଣ୍ଟା ଲାଗି ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ହେବ ବନକଲାଗି ନୀତି । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ନ ୫ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ବୁଧବାର ଅପରାହ୍ନରେ ୨ୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ଉକ୍ତ ଦିନରେ ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ବୋଲି ସୂଚନା ରହିଛି ।