Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୯୭୧ ମାଟ୍ରିକ ବ୍ୟାଚର ସୁବର୍ଣ୍ଣ ଜୟନ୍ତୀ ବନ୍ଧୁ ମିଳନ

by ସଞ୍ଜୟ ସ୍ୱାଇଁ
March 31, 2021
in Feature News
୧୯୭୧ ମାଟ୍ରିକ ବ୍ୟାଚର ସୁବର୍ଣ୍ଣ ଜୟନ୍ତୀ ବନ୍ଧୁ ମିଳନ
277
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପ୍ରାଙ୍ଗଣରେ ଓଡ଼ଗାଁ ବ୍ଲକ ଅନ୍ତର୍ଗତ କୁରାଳ ଉଚ୍ଚ ବିଦ୍ୟାଳୟର ୧୯୭୧ ମସିହା ମାଟ୍ରିକ ବ୍ୟାଚର ସୁବର୍ଣ୍ଣ ଜୟନ୍ତୀ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । ଆଜିର କାର୍ଯ୍ୟକ୍ରମରେ ମୁଖ୍ୟଅତିଥିରୂପେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୌରଚନ୍ଦ୍ର ସାହୁ ଯୋଗ ଦେଇଥିବାବେଳେ ଚନ୍ଦ୍ରମଣୀ ଜେନା ,ହରିହର ମହାରଣା ,ହାଡୁବନ୍ଧୁ ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।ପୁରାତନ ଛାତ୍ର ମାନଙ୍କ ତରଫରୁ ଜଳସେଚନ ବିଭାଗର ମୁଖ୍ୟ ଯନ୍ତ୍ରୀ ମନୋରଞ୍ଜନ ମିଶ୍ର ସଭାପତିତ୍ୱ କରିଥିଲେ ।ଅନେକ ଦିନ ପରେ ପୁରାତନ ଛାତ୍ର ମାନଙ୍କ ମିଳନ ହୋଇଥିବାରୁ ସଭିଏଁ ଖୁସି ଜାହିର କରିବା ସହ ଭାବର ଆଦାନ ପ୍ରଦାନ କରିଥିଲେ ।ପୁରାତନ ବନ୍ଧୁମାନେ ଅତୀତର ସଂଘର୍ଷମୟ ଜୀବନକୁ ମନେ ପକାଇ ଆଜିର ସଫଳତାକୁ ନେଇ ଗର୍ବ ଅନୁଭବ କରିଥିଲେ । ଆଜିର କାର୍ଯ୍ୟକ୍ରମରେ ସମୁଦାୟ ପୁରାତନ ବନ୍ଧୁଙ୍କ ପରିବାରଵର୍ଗଙ୍କ ସମେତ ସମୁଦାୟ ୭୦ରୁ ଉର୍ଦ୍ଧ୍ବ ଉପସ୍ଥିତ ଥିଲେ ।ରଜତ କୁମାର ମହାପାତ୍ର ସଭା ସଂଯୋଜନା କରିବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!