କଟକ, (ବାଘୁଆବାର୍ତ୍ତା): ବାରବାଟୀ ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ମାମଲା ହୋଇଛି। ବାରବାଟୀ ଟି-ଟ୍ୱେଣ୍ଟି ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ଦାୟର ହୋଇଛି ଜନସ୍ୱାର୍ଥ ମାମଲା। ଢେଙ୍କାନାଳ ଭୁବନର ଜନୈକ ବ୍ୟକ୍ତିଙ୍କ ପକ୍ଷରୁ ଏହି ମାମଲା ଦାୟର କରାଯାଇଛି। ଷ୍ଟାଡିୟମରେ ଅଗ୍ନି ନିରାପତ୍ତା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନଥିବା ଅଭିଯୋଗ କରି ମ୍ୟାଚ ବନ୍ଦ କରିବାକୁ ନିର୍ଦ୍ଦେଶ ଦେବାକୁ କୋର୍ଟରେ ମାମଲା ଦାୟର ହୋଇଛି। ଏଥିରେ ରାଜ୍ୟ ସରକାର, BCCI ଆଦି ୧୫ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆସନ୍ତା ୧୨ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯିବ। ଏଥିପାଇଁ ଆଜିଠାରୁ ଅନଲାଇନରେ ଟିକେଟ ବିକ୍ରି ଆରମ୍ଭ ହୋଇଛି। ୯ ତାରିଖରୁ ବାରବାଟୀ ଷ୍ଟାଡିୟମର ଟିକେଟ କାଉଣ୍ଟରରେ ଅଫଲାଇନ୍ ଟିକେଟ ବିକ୍ରି ହେବ। ଏହି ମ୍ୟାଚକୁ ନେଇ ଖେଳ ପ୍ରେମୀଙ୍କ ଭିତରେ ଉତ୍କଣ୍ଠା ଲାଗି ରହିଛି। ଟିକେଟ କରିଣିବାକୁ ମଧ୍ୟ ଉତ୍ସାହ ଦେଖିବାକୁ ମିଳୁଛି। ତେବେ ହାଇକୋର୍ଟକୁ ମାମଲା ଯାଇଥିବାରୁ ପରବର୍ତ୍ତି ସୂଚନା ଉପରେ ସମସ୍ତଙ୍କ ନଜର ଆବଦ୍ଧ ହୋଇଛି।






