ବାରିପଦା, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା। ବାରିପଦା ସଦର ଥାନା ଅନ୍ତର୍ଗତ ସ୍ୱରୂପଭିଲାର ପାତ୍ରସାହି ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ସଦର ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବାରିପଦା ସଦର ଥାନା ଅନ୍ତର୍ଗତ ସ୍ୱରୂପଭିଲାର ପାତ୍ରସାହି ଅଞ୍ଚଳର ଉମାକାନ୍ତ ପାତ୍ର ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗିଥିଲା। ଉମାକାନ୍ତ ମାନସିକ ଭାରସାମ୍ୟ ହରାଇ ସ୍ତ୍ରୀ ସୁବୁନି ପାତ୍ରଙ୍କୁ ଏକ କୋଦାଳରେ ହାଣିଦେଇଥିଲା। ପରେ ସ୍ୱାମୀ ଉମାକାନ୍ତ ପାତ୍ର ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିଲା। ବନ୍ଦ ଘରୁ ସ୍ଵାମୀ ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ସଦର ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।





