Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୪ରେ ଶଙ୍ଖ ଭବନରେ ଛାତ୍ର ବିଜେଡିର ପ୍ରସ୍ତୁତି ବୈଠକ

by ସଞ୍ଜୟ ସ୍ୱାଇଁ
March 22, 2024
in Politics, State
୨୪ରେ ଶଙ୍ଖ ଭବନରେ ଛାତ୍ର ବିଜେଡିର ପ୍ରସ୍ତୁତି ବୈଠକ
83
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ନିର୍ବାଚନ ତାରିଖ ଘୋଷଣା ପରେ ସବୁ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂସଦୀୟ କ୍ଷେତ୍ରର ସମୀକ୍ଷା କରୁଥିବା ବେଳେ ଅନ୍ୟ ସଂଗଠନଗୁଡିକରେ ବି ନିର୍ବାଚନ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଏହି କ୍ରମରେ ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ଶଙ୍ଖ ଭବନରେ ଛାତ୍ର ବିଜେଡିର ପ୍ରସ୍ତୁତି ବୈଠକ ହେବାକୁ ଯାଉଛି । ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ତତ୍ତ୍ଵାବଧାନରେ ବୈଠକରେ ଆସନ୍ତା ନିର୍ବାଚନରେ ଛାତ୍ର ବିଜେଡିର ଭୂମିକା ସଂପର୍କରେ ବିସ୍ତୃତ ଆଲୋଚନା କରାଯିବା ସହ ରୋଡମ୍ୟାପ ପ୍ରସ୍ତୁତ କରାଯିବ । ବିଜେଡି ରାଜ୍ୟ ସଭାପତି ବ୍ୟୋମକେଶ ରାୟ ଏବଂ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ କାର୍ୟ୍ୟକ୍ରମକୁ ପରିଚାଳନା କରିବେ । ତୃଣମୂଳ ସ୍ତରରୁ ବିଜେଡିକୁ ସୁଦୃଢ଼ କରିବା ସହ ଦଳ କିପରି ବିପୁଳ ମାତ୍ରାରେ ବିଜୟ ଲାଭ କରିବ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରାଯିବ ସେ ନେଇ ଗୁରୁମନ୍ତ୍ର ପ୍ରଦାନ କରାଯିବ । ବିଜୁ ଛାତ୍ର ଜନତା ଦଳର ସମସ୍ତ କର୍ମକର୍ତ୍ତା ସୋସିଆଲ ମିଡିଆରେ କିପରି ଅଧିକ କ୍ରିୟାଶୀଳ ହେବେ ସେ ନେଇ ବୈଠକରେ ଆଲୋଚନା କରାଯିବ । ବୈଠକରେ ସମସ୍ତ ଜିଲ୍ଲା ସଭାପତି, ଜୋନ ସଭାପତି ଓ ରାଜ୍ୟ କର୍ମକର୍ତ୍ତା ସମେତ ସମସ୍ତ ଛାତ୍ର ବିଜେଡି କର୍ମକର୍ତ୍ତା ଉପସ୍ଥିତ ରହିବେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!