Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ ନିଶାମୁକ୍ତ ହେବ ଓଡ଼ିଶା

by ସଞ୍ଜୟ ସ୍ୱାଇଁ
May 23, 2025
in State
ବେଆଇନ ନିଶାମୁକ୍ତ ହେବ ଓଡ଼ିଶା
51
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବେଆଇନ ନିଶାମୁକ୍ତ ହେବ ଓଡ଼ିଶା । ପ୍ରଥମ ଥର ପାଇଁ ଅବକାରୀ ବିଭାଗ ପକ୍ଷରୁ ନିଶା ନିରୋଧ ଅଭିଯାନ ଆରମ୍ଭ ହେବାକୁ ଯାଉଛି । ସବୁ ବିଭାଗର ମିଳିତ ଉଦ୍ୟମରେ ହେବ ଏହି ଅଭିଯାନ ଆରମ୍ଭ ହେବ । ସବୁ ଗାଁରେ ସଚେତନତା କାର୍ଯ୍ୟକ୍ରମ କରାଯିବ । ସବୁ ବିଭାଗର ସଚିବଙ୍କ ସହିତ ଆଲୋଚନା ହୋଇଛି । ଓଡ଼ିଶାକୁ ସମ୍ପୂର୍ଣ୍ଣ ବେଆଇନ ନିଶାମୁକ୍ତ କରାଯିବା ନେଇ ଯୋଜନା କରାଯାଇଛି । ଆସନ୍ତା ୩୧ ତାରିଖରୁ ଜୁନ ୨୬ ତାରିଖ ଯାଏ ମାସେବ୍ୟାପୀ ପାଳନ ହେବ ନିଶା ନିବାରଣ କାର୍ଯ୍ୟକ୍ରମ । ମେ ୩୧ ତାରିଖରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ବର୍ଷରେ ୩ ଥର ଚାଲିବ ଏହି କ୍ୟାମ୍ପେନ । ପ୍ରତି ଗାଁରେ ଦାସକାଠିଆ, ଘୋଡା ନାଚ ଭଳି ଲୋକକଳା ମାଧ୍ୟମରେ ଲୋକଙ୍କ ପାଖରେ ବାର୍ତ୍ତା ପହଞ୍ଚାଇବ ବିଭାଗ । ନିଶା ବ୍ୟବହାରର ଅପକାରିତା ଓ ପ୍ରଭାବ ନେଇ ସଚେତନତା କରାଯିବ । ଅବକାରୀ ବିଭାଗ ସହ ପୁଲିସ , ଏସଟିଏଫ, ମିସନ ଶକ୍ତି, ଉଚ୍ଚଶିକ୍ଷା, ଗଣଶିକ୍ଷା ଓ ସଂସ୍କୃତି ବିଭାଗ ମିଳିତ ଭାବେ କ୍ୟାମ୍ପେନ କରିବେ । ମଦ ଓ ଡ୍ରଗ୍ସ ବିରୋଧରେ ମଧ୍ୟ କ୍ୟାମ୍ପେନ ଚାଲିବ । ସ୍କୁଲ, କଲେଜରେ ରଚନା ମାଧ୍ୟମରେ ପିଲାମାନେ ଅନଲାଇନରେ ବାର୍ତ୍ତା ପହଞ୍ଚାଇବେ । ଶ୍ରେଷ୍ଠ ବିବେଚିତକୁ ପୁରସ୍କୃତ କରାଯିବ । ସ୍କୁଲ ପରିସରରୁ ହଟିବ ବେଆଇନ ମଦ ଦୋକାନ । ଗାଁରେ ନିଶା ରୋକିବାକୁ ମିସନ ଶକ୍ତି ମହିଳାଙ୍କ ସାହାଯ୍ୟ ନିଆଯିବ ।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!