Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଥାନାରୁ ପୁଲିସ ବାବୁଙ୍କ ବାଣ ଓ ମଦ ଚୋରା ଚାଲାଣ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
October 15, 2023
in Crime, State
ଥାନାରୁ ପୁଲିସ ବାବୁଙ୍କ ବାଣ ଓ ମଦ ଚୋରା ଚାଲାଣ, ୨ ଗିରଫ
109
VIEWS
Share on FacebookShare on Twitter

ବେଗୁନିଆ, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନାରୁ ଜବତ ବାଣ ଓ ମଦକୁ ଚୋରାଚାଲାଣ କରୁଥିବା ଅଭିଯୋଗରେ ଜଣେ ହୋମଗାର୍ଡଙ୍କ ସମେତ ୨ ଜଣ ଗିରଫ ହୋଇଛନ୍ତି। ଗିରଫ ହୋମଗାର୍ଡଙ୍କ ନାଁ ପ୍ରକାଶ ମୁଦୁଲି। ଅନ୍ୟ ଜଣଙ୍କ ହେଉଛନ୍ତି କାର ଡ୍ରାଇଭର, ଯେଉଁଥିରେ ବାଣ ଓ ମଦ ଚୋରାଚାଲାଣ ହେଉଥିଲା। ଖୋର୍ଦ୍ଧା ଏସ୍‌ଡିପିଓ ଦିଲ୍ଲୀପ ଦାସ ଏହି ସୂଚନା ଦେଇଛନ୍ତି। ଏହି ଘଟଣାରେ ବେଗୁନିଆ ଥାନାର କନଷ୍ଟେବଲ ସିଦ୍ଧେଶ୍ୱର ମହାପାତ୍ର ଓ ହୋମଗାର୍ଡ ସରୋଜ ମହାରଣାଙ୍କର ସଂପୃକ୍ତି ଥିବା ନେଇ ପ୍ରକାଶ କହିଥିଲେ ହେଁ, ସେମାନଙ୍କ ବିରୋଧରେ କ’ଣ କାର‌୍ୟ୍ୟାନୁଷ୍ଠାନ ନିଆଯାଇଛି, ସେ ସଂପର୍କରେ କିଛି ସୂଚନା ମିଳିପାରି ନାହିଁ। ଶନିବାର ବେଗୁନିଆ ଥାନା ପୁଲିସ କଣ୍ଟାବାଡ଼ ଗାଁରେ ଏକ ବେଆଇ ବାଣ କାରଖାନାରେ ଚଢ଼ାଉ କରି ବିପୁଳ ପରିମାଣରେ ବାଣ ଜବତ କରିବା ସହିତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସେହିପରି ବେଗୁନିଆ ଷ୍ଟାଡିୟମ ନିକଟରୁ ଏକ ମଦ ବୋଝେଇ କାର୍‌କୁ ଜବତ କରିଥିଲା। ଏହି କାର୍‌ଟି ସିରିଜ୍ ଦୁର୍ଘଟଣା ମଧ୍ୟ ଘଟାଇଥିବା ଅଭିଯୋଗ ହୋଇଥିଲା। ଜବତ ବାଣ ଓ ମଦ ଥାନା ପରିସରରେ ଥିଲା। ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ହୋମଗାର୍ଡ ପ୍ରକାଶ ମୁଦୁଲି ଅନ୍ୟ ଜଣେ ବ୍ୟକ୍ତିଙ୍କ ସହାୟତାରେ ଏକ ଓମିନି କାରରେ ବହୁ ପରିମାଣରେ ବାଣ ଓ ମଦ ନେଇ କୌଣସି ସ୍ଥାନକୁ ଯାଉଥିଲେ। ସେତିକି ବେଳେ ବେଗୁନିଆ ସରପଞ୍ଚ ଓ ସ୍ଥାନୀୟ ଲୋକେ ସେମାନଙ୍କୁ ଧରିଥିଲେ। ବାଣ ଓ ମଦ ନେଇ ସେମାନେ କେଉଁଆଡ଼େ ଯାଉଛନ୍ତି ବୋଲି ଲୋକେ ପଚାରିଥିଲେ। କିନ୍ତୁ ହୋମଗାର୍ଡ ପ୍ରକାଶ ମୁଦୁଲି କୌଣସି ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ। ଓଲଟି ସେ ସ୍ଥାନୀୟ ଲୋକଙ୍କୁ ହାତଯୋଡ଼ି ତାଙ୍କୁ ଛାଡ଼ି ଦେବାକୁ ନିବେଦନ କରିଥିଲେ। ବେଗୁନିଆ ଥାନାର କନଷ୍ଟେବଳ ସିଦ୍ଧେଶ୍ୱର ମହାପାତ୍ର ଓ ହୋମଗାର୍ଡ ସରୋଜ ମହାରଣାଙ୍କ ନିର୍ଦ୍ଦେଶକ୍ରମେ ପ୍ରକାଶ ମୁଦୁଲି କାରରେ ବାଣ ଓ ମଦ ନେଇ ଯାଉଥିଲେ ବୋଲି ଲୋକଙ୍କ ଆଗରେ କହିଥିବା ଜଣାପଡ଼ିଛି। ଏହା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ତେଣୁ ବେଗୁନିଆ ସରପଞ୍ଚ ଖୋର୍ଦ୍ଧା ଏସ୍‌ଡିପିଓ ଦିଲ୍ଲୀପ ଦାସଙ୍କୁ ଖବର ଦେଇଥିଲେ। ଏସ୍‌ଡିପିଓ ଦିଲ୍ଲୀପ ଦାସ ଓ ବେଗୁନିଆ ଥାନା ଆଇଆଇସି ଲୋକଙ୍କୁ ବୁଝାସୁଝା କରି କାରଟିକୁ ଜବତ କରି ଥାନାକୁ ନେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!