Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ଶେଷ ହେଲା ବ୍ଲକ ପର୍ଯ୍ୟାୟ ଅଡିସନ, ୫ ରେ ସେମିଫାଇନାଲ

by ସଞ୍ଜୟ ସ୍ୱାଇଁ
December 28, 2024
in Nayagarh, State
ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ଶେଷ ହେଲା ବ୍ଲକ ପର୍ଯ୍ୟାୟ ଅଡିସନ, ୫ ରେ ସେମିଫାଇନାଲ
128
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସଙ୍ଗୀତଧାରା ପକ୍ଷରୁ ଚାଲିଥିବା ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ବ୍ଲକ ପର୍ଯ୍ୟାୟ ଅଡିସନ ଆଜି ଗଣିଆ ବ୍ଲକ ଅଡିସନ ସହିତ ଶେଷ ହୋଇଛି।ଆସନ୍ତା ୫ ତାରିଖରେ ଏହାର ସେମିଫାଇନାଲ ପ୍ରତିଯୋଗିତା ନୟାଗଡ଼ରେ ଅନୁଷ୍ଠିତ ହେବ। ଗଣିଆ ବ୍ଲକରେ ଅନୁଷ୍ଠିତ ପ୍ରତିଯୋଗିତାରେ ୪ ଜଣ ପ୍ରତିଯୋଗୀ ସେମିଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନେ ହେଲେ ଓମକାର ମହାପାତ୍ର, ଅଭିମନ୍ୟୁ ପଣ୍ଡା, ଲୀନା ସାହୁ ଏବଂ କଲ୍ୟାଣୀ କରଣ ।ସଙ୍ଗୀତଧାରା ସମ୍ପାଦକ ତଥା ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ଦାଶଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ ଅନୁଷ୍ଠାନ ସଂଯୋଜକ ଲକ୍ଷ୍ମୀଧର ସାହୁ,କବି ଅଶୋକ ମଲ୍ଲ, ସୁରେଶ ବେହେରା, ପୂର୍ଣଚନ୍ଦ୍ର ସାହୁ, ନୀଳିମା ସୁନ୍ଦରୀ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ ଜିଲ୍ଲା ସ୍ତରରେ ଅନୁଷ୍ଠିତ ଏହି ଭକ୍ତି ସଙ୍ଗୀତ ପ୍ରତିଯୋଗିତାରେ ୮ଟି ବ୍ଲକରୁ ୧୩୯ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫୭ ଜଣ ସେମି ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର କଣ୍ଠଶିଳ୍ପୀ ମାନେ ଅଂଶ ଗ୍ରହଣ କରିଥିଲେ। ଚୂଡ଼ାନ୍ତ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ କ୍ରମାନ୍ୱୟେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ସହିତ ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ କରାଯିବ ବୋଲି ଅନୁଷ୍ଠାନର ସଭାପତି ଡ. ବିଜୟ କୁମାର ଚୌଧୁରୀ, ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ ଏବଂ ସମ୍ପାଦକ ପ୍ରଶାନ୍ତ କୁମାର ଦାଶ ଏକ ବିବୃତିରେ ଜଣାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!