ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଭାପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଆଜି ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲା ପରିସଦ କାର୍ଯ୍ୟ ନିର୍ବାହି ଅଧିକାରୀ ଲଗ୍ନଜିତ ରାଉତ ପ୍ରମୁଖ ଉପସ୍ଥିତ ରହିଥିଲେ । ଆଜି ମୋଟ ୩୧ ଗୋଟି ମାମଲା ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୨୬ ଗୋଟି ବ୍ୟକ୍ତିଗତ ମାମଲା ରହିଥିବା ବେଳେ ଗ୍ରାମ୍ୟ ମାମଲା ୩ ଗୋଟି ରହିଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଦୁଇ ଗୋଟି ମାମଲା ରହିଥିଲା । ତୁରନ୍ତ ୧୦ ଗୋଟି ମାମଲାର ସମାଧାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଡିଓଙ୍କ ସମେତ ବିଭିନ୍ନ ପ୍ରଶାସନିକ ଅଧିକାରୀ ମାନେ ଯୋଗ ଦେଇଥିଲେ ।