Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
May 22, 2025
in Crime, State
ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ
45
VIEWS
Share on FacebookShare on Twitter

ରାଜଗାଙ୍ଗପୁର, (ବାଘୁଆବାର୍ତ୍ତା): ଦେଶୀ ମଦ କାରବାର ଚାଲିଥିବା ବେଳେ ମଦ ଭାଟି କର୍ମଚାରୀଙ୍କୁ ଧରି ଚଢାଉ କଲା ବଡ଼ଗାଁ, ରାଜଗାଙ୍ଗପୁର ଓ ରାଉରକେଲାର ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ୍ । ମଦ ଭାଟି କର୍ମଚାରୀଙ୍କୁ ଦେଖି ଉତ୍ୟକ୍ତ ହୋଇ ସଂଘବଦ୍ଧ ଆକ୍ରମଣ କରିଲେ ଗ୍ରାମବାସୀ । ଆକ୍ରମଣର ଶିକାର ହୋଇ ୫ ଜଣ ଭାଟି କର୍ମଚାରୀ ଆହତ ହୋଇଛନ୍ତି । ଆହତ ମାନେ ହେଲେ ମନୀଷ ସିଂ ରାଜପୁତ, ଲମଲେଶ ସିଂ, କୂଳେନ୍ଦ୍ରର ସିଂ , ସୁନୀଲ କୁମାର, ମୁନ୍ନା କୁମାର ସିଂ । ସମସ୍ତ ଆହତଙ୍କୁ ରାଜଗାଙ୍ଗପୁର ସିଏଚସିରେ ଭର୍ତ୍ତି କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ମାଲିଡ଼ିହି କରଲାକାନୀ ଅଞ୍ଚଳରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଦେଶୀ ମଦ କାରବାର ଚାଲୁଥିବା ଖବର ପାଇ ଗୁରୁବାର ସକାଳୁ ବଡ଼ଗାଁ ,ରାଜଗାଙ୍ଗପୁର ଓ ରାଉରକେଲାର ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ୍ ଓ ଦେଶୀ ମଦ ଭାଟି କର୍ମଚାରୀଙ୍କୁ ଧରି ମିଳିତ ଭାବରେ ରାଜଗାଙ୍ଗପୁର ମାଲିଡ଼ିହି କରଲାକାନୀ ଅଞ୍ଚଳରେ ଚଢଉ କରିଥିଲେ । ଏହି ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଦେଖି ଗ୍ରାମବାସୀମାନେ ଉତ୍ୟକ୍ତ ହୋଇ ଭାଟି କର୍ମଚାରୀଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ । ଗ୍ରାମବାସୀଙ୍କ ଆକ୍ରମଣରେ ୫ଜଣ ଭାଟି କର୍ମଚାରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତ ରାଜଗାଙ୍ଗପୁର ଲିପଲୋଇ ଭାଟି କର୍ମଚାରୀ ବୋଲି ସୂଚନା ରହିଛି । ଆହତଙ୍କୁ ରାଜଗାଙ୍ଗପୁର ସିଏଚସିରେ ପ୍ରାଥମିକ ଚିକିତ୍ସା କରାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ରାଉରକେଲାକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ଘଟଣାକୁ ନେଇ ଅବକାରୀ ବିଭାଗ ପକ୍ଷରୁ ରାଜଗାଙ୍ଗପୁର ଥାନାରେ ଏତଲା ଦିଆଯାଇଛି।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!