Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିଇଓଙ୍କଠାରୁ ୪.୬୪ ଲକ୍ଷ ଭତ୍ତା ଟଙ୍କା ଲୁଟି ନେଲେ ଲୁଟେରା

by ସଞ୍ଜୟ ସ୍ୱାଇଁ
March 19, 2024
in Crime, State
ପିଇଓଙ୍କଠାରୁ ୪.୬୪ ଲକ୍ଷ ଭତ୍ତା ଟଙ୍କା ଲୁଟି ନେଲେ ଲୁଟେରା
794
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି-ବଙ୍ଗୋମୁଣ୍ଡା ୪୨ ନମ୍ବର ରାଜ୍ୟ ରାଜପଥର ଦନ୍ଦରା ନିକଟରେ ବଙ୍ଗୋମୁଣ୍ଡା ପଞ୍ଚାୟତର ପିଇଓ ସତ୍ୟ କୁମାର ଘିଭେଲାଙ୍କଠାରୁ ୪ ଲକ୍ଷ ୬୪ ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ପିଇଓ ସତ୍ୟ କୁମାର ଘିଭେଲା ଓ ତାଙ୍କର ଜଣେ ସହଯୋଗୀ ଆଜି ବଙ୍ଗୋମୁଣ୍ଡା ସ୍ଥିତ ଏସ୍‌ବିଆଇକୁ ଯାଇଥିଲେ। ସେଠାରୁ ସତ୍ୟ କୁମାର ଘିଭେଲା ୪ ଲକ୍ଷ ୬୪ ଟଙ୍କା ଉଠାଇଥିଲେ। ଆସନ୍ତାକାଲି ଭତ୍ତା ଦେବାକୁ ସେ ଏହି ଟଙ୍କା ଉଠାଇଥିଲେ। ଟଙ୍କା ଉଠାଇବା ପରେ ସେ ବାଇକ୍‌ ଯୋଗେ କଣ୍ଟାବାଞ୍ଜି ସ୍ଥିତ ନିଜ ଘରକୁ ଯାଉଥିଲେ। ପିଇଓ ସତ୍ୟ କୁମାର ଘିଭେଲା ଓ ତାଙ୍କର ସହଯୋଗୀ ବାଇକରେ କଣ୍ଟାବାଞ୍ଜି ଅଭିମୁଖେ ଯାଉଥିବା ବେଳେ ଏକ ଆପାଚିରେ ୩ ଜଣ ଦୁର୍ବୃତ୍ତ ସେମାନଙ୍କୁ ପିଛା କରିଥିଲେ। ଦୁର୍ବୃତ୍ତମାନେ ସତ୍ୟ କୁମାର ଘିଭେଲାଙ୍କ ଚଳନ୍ତା ବାଇକ୍‌କୁ ଧକ୍କା ଦେଇଥିଲେ। ଫଳରେ ସତ୍ୟ କୁମାର ଘିଭେଲା ଓ ତାଙ୍କ ସହଯୋଗୀ ପଡ଼ି ଯାଇଥିଲେ। ଏହା ପରେ ଦୁର୍ବୃତ୍ତମାନେ ବାଇକ୍ ଡିକିରୁ ଟଙ୍କା ଭର୍ତ୍ତି ବ୍ୟାଗ ନେଇ ଫେରାର ହୋଇଯାଇଥିଲେ ବୋଲି ଅଭିଯୋଗ ହୋଇଛି। ପିଇଓ ଓ ତାଙ୍କ ସହଯୋଗୀ ଆହତ ହୋଇଛନ୍ତି। ବଙ୍ଗୋମୁଣ୍ଡା ଡାକ୍ତରଖାନାରେ ସେମାନଙ୍କ ଚିକିତ୍ସା କରାଯାଇଛି। ଅନ୍ୟପକ୍ଷରେ ବଙ୍ଗୋମୁଣ୍ଡା ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!