Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଭିନ୍ନ ରାଜ୍ୟର ବିଶ୍ୱବିଦ୍ୟାଳୟରେ ସ୍ଥାପନ ହେବ ଭୀମ ଭୋଇଙ୍କ ନାମରେ ଭୀମ ଭୋଇ ଚେୟାର

by ସଞ୍ଜୟ ସ୍ୱାଇଁ
October 3, 2021
in State
ବିଭିନ୍ନ ରାଜ୍ୟର ବିଶ୍ୱବିଦ୍ୟାଳୟରେ ସ୍ଥାପନ ହେବ ଭୀମ ଭୋଇଙ୍କ ନାମରେ ଭୀମ ଭୋଇ ଚେୟାର
57
VIEWS
Share on FacebookShare on Twitter

ରେଢ଼ାଖୋଲ , (ବାଘୁଆବାର୍ତ୍ତା): ମହିମା ଧର୍ମର ମହାନ ପ୍ରଚାରକ ତଥା ଓଡ଼ିଆ ସାହିତ୍ୟ ଓ ଧାର୍ମିକ-ସାମାଜିକ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଥିବା ସନ୍ଥକବି ଭୀମ ଭୋଇଙ୍କ ଜୀବନୀ ଓ ତାଙ୍କ ଦର୍ଶନ ଉପରେ ଅଧିକ ଅଧ୍ୟୟନ କରିବା ପାଇଁ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି)କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଶନିବାର ଏଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଠାରେ ସନ୍ଥକବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ଅବସରରେ ମନ୍ତ୍ରୀ ଶ୍ରୀ ପ୍ରଧାନ କହିଲେ ଯେ ଆଗାମୀ ଦିନରେ ସନ୍ଥକବି ଭୀମ ଭୋଇଙ୍କୁ ଜଣେ ସର୍ବୋତ୍ତମ ବିଚାରକ ଭାବେ ପ୍ରମାଣିତ କରିବା ପାଇଁ ଉଦ୍ୟମ କରାଯିବ। ଭାରତ ସରକାରଙ୍କ ୟୁଜିସି ଏହି ମହାପୁରୁଷଙ୍କ ମହିମା ଧର୍ମର ବିଚାର ସମ୍ପର୍କରେ ଅଧ୍ୟୟନ କରିବ। ଉଚ୍ଚତର ଗବେଷଣା କରାଯିବା ସହ ୟୁଜି ଏବଂ ‘ପିଜି ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ। ବିଭିନ୍ନ ରାଜ୍ୟର ବିଶ୍ୱବିଦ୍ୟାଳୟରେ ଭୀମ ଭୋଇଙ୍କ ନାମରେ ଭୀମ ଭୋଇ ଚେୟାର ସ୍ଥାପନ ହେବ। ଜାତୀୟ ଓ ଅନ୍ତରାଷ୍ଟ୍ରୀୟ ସ୍ତରରେ ଭୀମ ଭୋଇଙ୍କୁ ସମ୍ମାନ ଦେବା ପାଇଁ ସବୁପ୍ରକାର ଉଦ୍ୟମ କରିବା ପାଇଁ ୟୁଜିସିକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ଦ୍ୱାରା ଶତାବ୍ଦୀ ଶତାବ୍ଦୀରୁ ପଛୁଆ ଅଂଚଳରୁ ଆରମ୍ଭ ହୋଇଥିବା ମହାନ୍ ବିଚାର ଅନ୍ତରାଷ୍ଟ୍ରୀୟ ସ୍ତରକୁ ଯିବ। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ଏହା ମୋଦୀ ସରକାରଙ୍କ ବଡ଼ ଦାୟିତ୍ୱ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି। ‘ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ ଦେଖୁ ଦେଖୁ କେବା ସହୁ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ।’ ସନ୍ଥ କବିଙ୍କ ଏହି କାଳଜୟୀ ବିଚାର ଜାତିସଂଘର ମୁଖ୍ୟାଳୟରେ ଲିପିବଦ୍ଧ ହୋଇ ରହିଛି। ବିଶ୍ୱ ଏହି ଦର୍ଶନରେ ଅନୁପ୍ରାଣିତ ହେଲେ, ଏହା ହିଁ ହେବ ସନ୍ଥକବି ଭୀମ ଭୋଇଙ୍କୁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ସନ୍ଥକବିଙ୍କ ଜୀବନ ଆଦର୍ଶରେ ଓଡ଼ିଆ ଜାତି ସର୍ବଦା ଅନୁପ୍ରାଣିତ ହୋଇରହିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ଦଶହରା, ଦୀପାବଳି ସମୟରେ ବୁଣାକାରମାନଙ୍କଠାରୁ ହାତବୁଣା ଗାମୁଛାଟିଏ କିଣି ତାଙ୍କ ପରିବାରକୁ ସ୍ବାବଲମ୍ବୀ କରି ପ୍ରଧାନମନ୍ତ୍ରୀ ଭୋକାଲ୍‌ ଫର୍‌ ଲୋକାଲ୍‌ ଆହ୍ବାନକୁ ଚରିତାର୍ଥ କରିବା ପାଇଁ ଆହ୍ବାନ ଦେଇଥିଲେ। ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ରେଢ଼ାଖୋଲରେ ଭବ୍ୟ ସମ୍ବର୍ଧନା ଦିଆଯାଇଥିଲା। ଭୀମ ଭୋଇ ଛକ ଠାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ସମ୍ବଲପୁର ସାଂସଦ ନିତେଶ ଗଙ୍ଗଦେବ, ରେଙ୍ଗାଲି ବିଧାୟକ ନାଉରୀ ନାୟକ, ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ, ବି‌ଜେପି ରାଜ୍ୟ ସାଧାରଣ ସଂପାଦକ ରବି ନାୟକ, ରାଜ୍ୟ ସଂପାଦକ ସୀମାଞ୍ଚଳ ଖଟେଇ, ଟଙ୍କଧର ତ୍ରିପାଠୀ, ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ଦେବେନ୍ଦ୍ର ମହାପାତ୍ର, ବରିଷ୍ଠ ବିଜେପି ନେତା ପ୍ରତାପ ପ୍ରଧାନ, ଗିରୀଶ ପଟେଲ, ଇରାଶିଷ ଆଚାର୍ୟ୍ୟ, ଶିବରାମ ସାହୁ, ବିଚିତ୍ରାନନ୍ଦ ସାହୁ, ସୁଷମା ମୁଣ୍ତା, ରାମାନୁଜ ମହାପାତ୍ର, ପ୍ରମୋଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!