Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜେଟରେ ବିହାର ପାଇଁ ବଡ଼ ଘୋଷଣା

by ସଞ୍ଜୟ ସ୍ୱାଇଁ
February 1, 2025
in NATIONAL NEWS
ବଜେଟରେ ବିହାର ପାଇଁ ବଡ଼ ଘୋଷଣା
197
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବଜେଟରେ ବିହାର ପାଇଁ ବଡ଼ ଘୋଷଣା । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ବଜେଟରେ, ବିହାର ରାଜ୍ୟ ପାଇଁ କିଛି ବଡ଼ ଘୋଷଣା କରିଛନ୍ତି । ଅର୍ଥମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ଭବିଷ୍ୟତକୁ ଦୃଷ୍ଟିରେ ରଖି ଏହାର ଚାହିଦାକୁ ପୂରଣ କରିବାକୁ ଏହି ନିଷ୍ପତ୍ତି ନିଆଯାଇଛି । ଯେଉଁଥିରେ ବିହାରରେ ଗ୍ରୀନଫିଲ୍ଡ ବିମାନ ବନ୍ଦରର ସୁବିଧା ପ୍ରଦାନ କରାଯିବ । ଏହାସହ ପାଟନା ବିମାନ ବନ୍ଦରର ମଧ୍ୟ କ୍ଷମତାକୁ ବଢାଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ପାଟନା ଆଇଆଇଟିର ସିଟ୍ ସଂଖ୍ୟାରେ ବୃଦ୍ଧି କରାଯିବ । ଆଉ ସେଠାରେ ଥିବା ହଷ୍ଟେଲ ସଂଖ୍ୟାକୁ ମଧ୍ୟ ବୃଦ୍ଧି କରାଯିବ । ଖାଲି ସେତିକି ନୁହେଁ, ପାଟନା ଆଇଆଇଟିରେ ଏବଂ ସଂରଚନାକୁ ଗୁରୁତ୍ୱ ଦିଆଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଏହା ପୂର୍ବରୁ ମଧ୍ୟ ମଧ୍ୟବର୍ତ୍ତୀକାଳୀନ ବଜେଟରେ ମୋଦୀ ସରକାର ବିହାର ଆଉ ଆନ୍ଧ୍ରପ୍ରଦେଶକୁ ବେଶୀ ଫୋକସ୍ କରିଥିଲେ । ଯାହାକୁ ନେଇ ବିବାଦ ମଧ୍ୟ ଆରମ୍ଭ ହେଇଥିଲା । ଖାସ୍ କରି ନୀତିଶ ଏବଂ ଚନ୍ଦ୍ରବାବୁ ନାଇଡୁଙ୍କୁ ଖୁସି କରିବାକୁ କେନ୍ଦ୍ର ସରକାର ଏପରି କରୁଥିବା ବିରୋଧୀ ଅଭିଯୋଗ କରିଥିଲେ । ଆଉ ଏବେ ପୂର୍ଣ୍ଣ ବଜେଟରେ ମଧ୍ୟ ବିହାର ପାଇଁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହାସହ ବଜେଟରେ ଚାଷୀଙ୍କ ପାଇଁ ମଧ୍ୟ ବଡ଼ ଘୋଷଣା ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରି ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନାର ଘୋଷଣା କରିବା ସହିତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ ମଧ୍ୟ କେନ୍ଦ୍ର ସରକାର ବୃଦ୍ଧି କରିଥିବା ନେଇ ଘୋଷଣା କରିଛନ୍ତି । ପୂର୍ବରୁ ଏହା ୩ ଲକ୍ଷ ଟଙ୍କା ରହିଥିବାବେଳେ, ଏବେ ଏହାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ବଜେଟ୍ ବିକାଶକୁ ନୂଆ ଦିଗ ଦେବ । ସମସ୍ତଙ୍କ ବିକାଶ, ମଧ୍ୟବିତ୍ତଙ୍କ କ୍ଷମତା ବୃଦ୍ଧି କରିବାକୁ ଏହି ବଜେଟ୍ ସମର୍ପିତ । ଯୁବ ଚାଷୀ, ଗ୍ରାମୀଣ ମହିଳା ଏବଂ ଛୋଟ ଛୋଟ ଚାଷୀଙ୍କ ଉପରେ ଏହି ବଜେଟରେ ଫୋକସ୍ କରାଯାଇଛି । ତେବେ ପ୍ରଧାନମନ୍ତ୍ରୀ ଧନଧ୍ୟାନ ଯୋଜନାକୁ ରାଜ୍ୟ ସରକାରଙ୍କ ସହ ମିଶି ଚଲାଇବେ କେନ୍ଦ୍ର ସରକାର । ଯାହାର ଫାଇଦା ୧.୭ କୋଟି ଚାଷୀଙ୍କୁ ମିଳିପାରିବ । ପ୍ରଥମ ପର୍ୟ୍ୟାୟରେ ୧୦୦ଟି ବିକାଶଶୀଳ କୃଷି ଜିଲ୍ଲାକୁ ଏଥିରେ ସାମିଲ କରାଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!