Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତ ବର୍ଷରେ ନବୀନ, ବିଶ୍ୱରେ ବିଜୁବାବୁ – ଅରୁଣ

by ସଞ୍ଜୟ ସ୍ୱାଇଁ
April 17, 2021
in Feature News
ଭାରତ ବର୍ଷରେ ନବୀନ, ବିଶ୍ୱରେ ବିଜୁବାବୁ – ଅରୁଣ
275
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବିଜୁ ପଟ୍ଟନାୟକଙ୍କ ୨୪ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଆଜି ବିଜୁ ପଟ୍ଟନାୟକଙ୍କ ୨୪ ତମ ଶ୍ରାଦ୍ଧ ଦିବସ କୋଭିଡ୍ ନିୟମ ଅନୁସାରେ ପାଳିତ ହୋଇଯାଇଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷି ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ସାର ବିଶ୍ୱ ବିଜୁ ବାବୁଙ୍କୁ ଆଜିକା ଦିନରେ ମନେ ପକାଉଥିବା ବେଳେ ସାରା ଭାରତ ବର୍ଷରେ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି । ବିଜୁ ବାବୁଙ୍କର ମୁଖ୍ୟ ଉଦ୍ଦେଶ୍ୟ ଥିଲା ସମାଜସେବା କ୍ଷେତ୍ରରେ କିପରି ଛାତ୍ର ଓ ଯୁବ ସମାଜ ନିୟୋଜିତ ହେବା ସହିତ ସାହସୀ ହେବା । ନାରୀ ସଶକ୍ତି କରଣରେ ବିଜୁବାବୁଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା । ୧୯୯୭ ମସିହା ଏପ୍ରିଲ୍ ୧୭ ତାରିଖରେ ବିଜୁବାବୁଙ୍କର ଦେହାନ୍ତ ହୋଇଥିଲା । ବିଜୁବାବୁଙ୍କର ଓଡ଼ିଶା ପାଇଁ ଅନେକ ଅବଦାନ ରହିଛି । ବିଜୁବାବୁଙ୍କ ପରି ସ୍ପଷ୍ଟବାଦି ହେବା ପାଇଁ ଡ. ସାହୁ ପରାମର୍ଶ ରଖିଥିଲେ । ଆଜିର ଉତ୍ସବରେ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମାଳତୀ ଗୁରୁ, ପ୍ରଭାସିନୀ ନନ୍ଦ, ଅହଲ୍ୟା ଦଳବେହେରା, ଗୋଲାପ ଦଳବେହେରା, ପ୍ରମୁଖ ଯୋଗ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା, ଅଜିତ୍ ପ୍ରସାଦ ସାହୁ, ଶ୍ରବଣ ରାମ, ଗଣେଶ୍ୱର ମିଶ୍ର ପ୍ରମୁଖ ଉପସ୍ଥିତ ରହି ବିଜୁବାବୁଙ୍କ ସ୍ମୃତି ଚାରଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!