Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ବାହାରେ ଥିବା ୧୦୩ଟି ସୁପର ସ୍ପେଶାଲିଟି ହସ୍ପିଟାଲକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ରେ ସାମିଲ

by ସଞ୍ଜୟ ସ୍ୱାଇଁ
December 22, 2022
in Health, State
ରାଜ୍ୟ ବାହାରେ ଥିବା ୧୦୩ଟି ସୁପର ସ୍ପେଶାଲିଟି ହସ୍ପିଟାଲକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ରେ ସାମିଲ
117
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ‘ସୁସ୍ଥ ଓଡ଼ିଶା-ସୁଖୀ ଓଡ଼ିଶା’ର ସଫଳ ରୂପାୟନ ଦିଗରେ ଅନ୍ୟ ଏକ ବଡ଼ ପଦକ୍ଷେପ ସ୍ୱରୂପ ରାଜ୍ୟ ସରକାର ଓଡ଼ିଶା ବାହାରେ ଥିବା ୧୦୩ଟି ସୁପର ସ୍ପେସାଲିଟି ହସ୍ପି ଟାଲକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍‌.କେ.ୱାଇ)ରେ ଅନ୍ତର୍ଭୁକ୍ତ କରିଛନ୍ତି। ଓଡ଼ିଶା ହେଲ୍ଥ ଆସୁରାନ୍ସ ସୋସାଇଟି ମୁଖ୍ୟ କାର‌୍ୟ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡ଼ି.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବି.ଏସ୍‌.କେ.ୱାଇ ସମ୍ବନ୍ଧିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି । ସୋସାଇଟି ସଭାକକ୍ଷରେ ଆୟୋଜିତ ଏହି ସମୀକ୍ଷା ବୈଠକରେ ଯୁଗ୍ମ ମୁଖ୍ୟ କାର‌୍ୟ୍ୟ ନିର୍ବାହୀ ଅଧିକାରୀ ଶୁଭାନନ୍ଦ ମହାପାତ୍ର ବି.ଏସ୍‌.କେ.ୱାଇ କାର‌୍ୟ୍ୟନ୍ୱୟନ ସମ୍ବନ୍ଧିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସାର୍ବଜନୀନ ସ୍ୱାସ୍ଥ୍ୟ ସେବା ଯୋଗାଇବା ଲାଗି ଓଡିଶା ସରକାରଙ୍କର ଏକ ପ୍ରୟାସ। ବିଶେଷ କରି ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ପରିବାରଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଲାଗି ଉଦ୍ଦିଷ୍ଟ। ସାର୍ବଜନିନ ଦେୟ ମୁକ୍ତ (ଜାତି, ଆୟ, ବାସସ୍ଥାନ ନିର୍ବିଶେଷରେ) ଓଡ଼ିଶାର ସମସ୍ତ ସରକାରୀ ସ୍ୱାସ୍ଥ୍ୟ ଉପକେନ୍ଦ୍ର ଠାରୁ ଆରମ୍ଭ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ସମସ୍ତ ସରକାରୀ ମେଡିକାଲ୍ କଲେଜ ହସପିଟାଲ୍ ଓ ସରକାରୀ ବ୍ଲଡ୍ ବ୍ୟାଙ୍କ ପଯ୍ୟନ୍ତ ସମସ୍ତଙ୍କ ସକାଶେ ଉପଲବ୍ଧ । ସେହିପରି ରାଜ୍ୟ ସରକାରଙ୍କ ପଞ୍ଜିକୃତ ଘରୋଇ ଚିକିତ୍ସାଳୟରେ ଓଡ଼ିଶାର ୭୦ ଲକ୍ଷରୁ ଉର୍ଦ୍ଧ ଆର୍ଥିକ ଦୃଷ୍ଟିରୁ ଅନଗ୍ରସର ପରିବାର ପିଛା ବାର୍ଷିକ ୫ ଲକ୍ଷ ଓ ପରିବାର ମହିଳା ସଦସ୍ୟ ୧୦ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଦେୟମୁକ୍ତ ଚିକିତ୍ସା ସେବା ପାଇପାରିବେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!