Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନ୍ତ୍ରୀଙ୍କ ପାଇଁ ଗହଳୀ, ଯିବା ପରେ ଖାଁ ଖାଁ

by ସଞ୍ଜୟ ସ୍ୱାଇଁ
June 16, 2025
in Feature News
ମନ୍ତ୍ରୀଙ୍କ ପାଇଁ ଗହଳୀ, ଯିବା ପରେ ଖାଁ ଖାଁ
252
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଷ୍ଟାଡିୟମଠାରେ ଅନୁଷ୍ଠିତ ହେଉଥିବା ବିକାଶ ମେଳା ୫ମ ଦିନରେ ସଂନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ହସ୍ତତନ୍ତ ଓ ବୟନ ଶିଳ୍ପ ଏବଂ ସମବାୟ ବିଭାଗ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଯୋଗ ଦେଇଥିଲେ । ପ୍ରଭାରୀ ମନ୍ତ୍ରୀଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କାର୍ଯ୍ୟକ୍ରମ ପାଇଁ ଲୋକ ଯୋଗାଡ଼ ହୋଇଥିଲା । ଗାଡ଼ି କରି ବିଭିନ୍ନ ବ୍ଲକରୁ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ କାର୍ଯ୍ୟକ୍ରମକୁ ଅଣାଯାଇଥିଲା । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ସ୍ୱ।ଗତ ଭାଷଣ ରଖିଥିଲେ । ଅନ୍ୟତମ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଲଗ୍ନଜିତ ରାଉତ ପ୍ରମୂଖ ଉପସ୍ଥିତ ଥିଲେ । ଜିଲ୍ଲାପାଳ ଅଭିଭାଷଣରେ କହିଥିଲେ ଯେ ୨୦୩୬ ସୁଦ୍ଧା ନୟାଗଡ଼ ଜିଲ୍ଲା ଅଗ୍ରଣୀ ଜିଲ୍ଲା ଭାବେ ପରିଚିତ ହେବାକୁ ଯାଉଛି, ସେଥିପାଇଁ ଆଜି ପ୍ରଭାରୀ ମନ୍ତ୍ରୀ ଉପସ୍ଥିତିରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡ଼ା ବିଧାୟକ ସୁଭଦ୍ରା ଯୋଜନା ଏବଂ ସରକାରଙ୍କର ବହୁମୁଖି କାର‌୍ୟ୍ୟକ୍ରମ ବିଷୟରେ କହିଥିଲେ । ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ପ୍ରଧାନମନ୍ତ୍ରୀଙ୍କର ଦେଶରେ ଏଗାର ବର୍ଷର ବିକାଶ ଯୋଜନାରେ ଏଵଂ ରାଜ୍ୟ ସରକାରଙ୍କ ଏକ ବର୍ଷ ପୁର୍ତ୍ତୀ ଅବସରରେ ପ୍ରତିଶ୍ରୁତି ଦେଇ ପାଳନ କରିଥିବା କଥା ପ୍ରକାଶ କରିଛନ୍ତି । ଯାହାର ସଫଳତା ଶହେ ପ୍ରତିଶତ ହୋଇଛି। ସାଢେ଼ ଚାରିକୋଟି ଓଡିଆଙ୍କର ସୁନ୍ଦର ଭବିଷ୍ୟତ ପାଇଁ ଆମେ ୨୦୩୬ ସୁଦ୍ଧା ଏହାର ସଫଳତା ପାଇଁ ଏକ ଭିଜନ ରଖିଛୁ । ଏହାପରେ ଜଙ୍ଗଲ ଜମି ପଟ୍ଟା, ରାସନ୍ କାର୍ଡ, ଶ୍ରମିକ କଲ୍ୟାଣ ମୃତ୍ୟୁ କ୍ଷତିପୂରଣ ହିତାଧିକାରୀଙ୍କୁ ପ୍ରଦାନ କରାଯାଇଥିଲା । ଶେଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଲଗ୍ନଜିତ ରାଉତ ଧନ୍ୟବାଦ ଦେଇଥିଲେ । ପରିଶେଷରେ ସାଂସ୍କୃତିକ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସଭା ପରେ ବିଭିନ୍ନ ବ୍ଲକରୁ ଆସିଥିବା ମହିଳାମାନେ ଚାଲି ଯାଇଥିଲେ । ଫଳରେ ସାଂସ୍କୃତିକ କାର୍ଯ୍ୟକ୍ରମ ବେଳକୁ ପଡ଼ିଆ ଖାଁ ଖାଁ ହୋଇଯାଇଥିଲା ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!