Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍ ଉପରେ ଚଢ଼ିଗଲା ଟ୍ରକ୍: ଜଣେ ମୃତ,ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
March 11, 2021
in Nayagarh
ବାଇକ୍ ଉପରେ ଚଢ଼ିଗଲା ଟ୍ରକ୍: ଜଣେ ମୃତ,ଜଣେ ଗୁରୁତର
449
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଥାନା ନିକଟସ୍ଥ ଅର୍ଶଳା ଛକଠାରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଜି ଅପରାହ୍ଣରେ ଏକ ୧୪ ଚକିଆ ଟ୍ରକ୍ ଏକ ବାଇକ ଉପରେ ଚଢ଼ି ଯାଇଥିଲା। ବାଇକ ଆରୋହୀଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଅନ୍ୟ ଜଣଙ୍କୁ ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ଜଣକ ହେଲେ ତୁରୁମୁଙ୍ଗା ଥାନା ଅଧୀନସ୍ଥ ବଡଗମ୍ଭାରିଆ ଗ୍ରାମର ଆର୍ତ୍ତ ନାଏକଙ୍କ ପୁଅ କର୍ଣ୍ଣ ନାଏକ(୨୫)। ଗୁରୁତର ଆହତ ବ୍ୟକ୍ତିଙ୍କର କୌଣସି ପରିଚୟ ମିଳି ପାରି ନାହିଁ। ତାଙ୍କର ଦୁଇଟି ଯାକ ଗୋଡ଼ ଭାଙ୍ଗି ଯାଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, ଏକ ବାଇକ୍ ( ଓଡି ୦୯ ଜେ ୫୯୯୪ ) ଯୋଗେ ଦୁଇ ଜଣ ବ୍ୟକ୍ତି ଝୁମ୍ପୁରା ବଜାର ଦେଇ ରିମୁଳି ଅଭିମୁଖେ ଯାଉଥିବା ବେଳେ ଅର୍ଶଳା ଛକ ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାରି ହେଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଲୁହାପଥର ବୋଝେଇ କରି ଆସୁଥିବା ୧୪ ଚକିଆ ଟ୍ରକ୍ (ଓଡି ୧୪ ଏଚ୍ ୦୮୨୨) ବାଇକକୁ ଧକ୍କା ଦେଇ ଚଢ଼ି ଯାଇଥିଲା। ଏମିତିକି କିଛି ବାଟ ଘୋଷାରି ନେଇଥିଲା। ଘଟଣାସ୍ଥଳରେ କର୍ଣ୍ଣ ନାୟକଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା। ଖବର ପାଇ ଝୁମ୍ପୁରା ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଦୁଇଜଣଙ୍କୁ ଉଦ୍ଧାର କରି ଝୁମ୍ପୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଡାକ୍ତର କର୍ଣ୍ଣଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି। ଖବର ପାଇ ଝୁମ୍ପୁରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଦୁଇଟିକୁ ଜବତ କରିଛି। ଦୁର୍ଘଟଣା ପରେ ଟ୍ରକର ଡ୍ରାଇଭର, ହେଲପର ଫେରାର ହୋଇଯାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!