Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିରିଡିହିକୁ ରାଜସ୍ୱ ଗ୍ରାମ ମାନ୍ୟତା ଦାବିରେ ଜିଲ୍ଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

by ସଞ୍ଜୟ ସ୍ୱାଇଁ
December 18, 2019
in Nayagarh
ବିରିଡିହିକୁ ରାଜସ୍ୱ ଗ୍ରାମ ମାନ୍ୟତା ଦାବିରେ ଜିଲ୍ଲାପାଳଙ୍କୁ ଭେଟିଲେ ଗ୍ରାମବାସୀ
23
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରାଣିପଡ଼ା ପଂଚାୟତ ବିରିଡିହିକୁ ରାଜସ୍ୱ ଗ୍ରାମ ମାନ୍ୟତା ଦାବିରେ ଆଜି ଶତାଧିକ ଗ୍ରାମବାସୀ ଜିଲ୍ଲାପାଳଙ୍କ ନିକଟକୁ ଆସି ଦାବି ଜଣାଇଛନ୍ତି । ସୂଚନାନୁସାରେ, ବିରିଡିହି ଗ୍ରାମ ରାଣିପଡ଼ା ରାଜସ୍ୱ ଗ୍ରାମରେ ରହିଥିବା ବେଳେ ସରକାରୀ ଓ ବେସରକାରୀ ସ୍ତରରେ ଏହା ପୃଥକ ଗ୍ରାମ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି । ରାଣିପଡ଼ା ଗ୍ରାମଠାରୁ ବିରିଡିହି ଗ୍ରାମର ଦୂରତା ୧ କିଲୋମିଟରରୁ ଅଧିକ ହୋଇଥିବା ବେଳେ ରାଣିପଡ଼ା ଶିଖରପୁର ପୋଷ୍ଟ ଅନ୍ତର୍ଗତ ହୋଇଥିବା ବେଳେ ବିରିଡିହି ଶାଳଝରିଆ ପୋଷ୍ଟ ଅନ୍ତର୍ଗତ ଅଟେ । ଯାହାକୁ ନେଇ ଗ୍ରାମବାସୀ ବିରିଡିହିକୁ ରାଜସ୍ୱ ଗ୍ରାମ୍ୟ ମାନ୍ୟତା ଦାବି କରୁଥିବା ବେଳେ ଖଣ୍ଡପଡ଼ା ତହସିଲ ଅନ୍ତର୍ଗତ ଶିଖରପୁର ଆର.ଆଇ ଗ୍ରାମକୁ ରାଜସ୍ୱ ଗ୍ରାମ ନକରିବା ପାଇଁ ରିର୍ପୋଟ ପ୍ରଦାନ କରିଥିବା ଗ୍ରାମବାସୀ କହିଛନ୍ତି । ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବା ବେଳେ ୭ ଦିନ ମଧ୍ୟରେ ବିରିଡିହିକୁ ରାଜସ୍ୱ ଗ୍ରାମ ମାନ୍ୟତା ଦେବାକୁ ଆଜି ଜିଲ୍ଲାପାଳଙ୍କ ନିକଟରେ ଦାବି ହୋଇଛି । ଗ୍ରାମବାସୀମାନେ ଜିଲ୍ଲାପାଳଙ୍କ ସମେତ ବିଧାୟକଙ୍କଠାରୁ ଆରମ୍ଭ କରି ରାଜସ୍ୱ ଆୟୁକ୍ତ ଏବଂ ରାଜସ୍ୱମନ୍ତ୍ରୀଙ୍କ ନିକଟକୁ ଦାବି ପତ୍ର ପଠାଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!