Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ବଭୂଷଣ ହରିଚନ୍ଦନ ପାଇବେ ‘କଳିଙ୍ଗ ରତ୍ନ’ ସମ୍ମାନ

by ସଞ୍ଜୟ ସ୍ୱାଇଁ
March 28, 2021
in Feature News
ବିଶ୍ବଭୂଷଣ ହରିଚନ୍ଦନ ପାଇବେ ‘କଳିଙ୍ଗ ରତ୍ନ’ ସମ୍ମାନ
289
VIEWS
Share on FacebookShare on Twitter

କଟକ : ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଚଳିତ ବର୍ଷର ମର୍ଯ୍ୟାଦାଜନ ‘କଳିଙ୍ଗ ରତ୍ନ’ ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଅପରାହ୍ନ ୫ଟା ବେଳେ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନଠାରେ ସାରଳା ସାହିତ୍ୟ ସ˚ସଦର ୪୦ତମ ବାର୍ଷିକ ସମାରୋହରେ ଶ୍ରୀ ହରିଚନ୍ଦନଙ୍କୁ ଭାରତର ଉପରାଷ୍ଟ୍ରପତି ଏମ୍‌. ଭେଙ୍କିଆ ନାଇଡୁ ସମ୍ମାନିତ କରିବେ ବୋଲି ସ˚ସଦର ପ୍ରତିଷ୍ଠାତା ଓ ସଭାପତି ଡକ୍ଟର ଇଞ୍ଜିନିୟର ପ୍ରଭାକର ସ୍ବାଇଁ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି। ସମ୍ମାନ ସ୍ବରୂପ ରୌପ୍ୟ ସରସ୍ବତୀ ମୂର୍ତ୍ତି, ତାମ୍ର ଫଳକ ଓ ଉପଢୌକନ ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି। ଶ୍ରୀ ହରିଚନ୍ଦନ ଜଣେ ପ୍ରଶାସକ ଓ ପ୍ରବୀଣ ରାଜନେତା। ସେ ଓଡ଼ିଶା ବିଧାନସଭାରେ ୫ଥର ବିଧାୟକ ଏବ˚ ବହୁବାର କ୍ୟାବିନେଟ ମନ୍ତ୍ରୀ ପାହ୍ୟାରେ କାର୍ଯ୍ୟ କରିଛନ୍ତି। ତାଙ୍କ ସାରସ୍ବତ କୃତି ମଧ୍ୟରେ ମାତୃଭାଷା, ଭାଷା ଝଲକ, ରାଣାପ୍ରତାପ, ଅସ୍ତଶିଖା ମାନସୀ, ସ˚ଗ୍ରାମ ସରିନାହିଁ ପ୍ରଭୃତି ଉଲ୍ଲେଖନୀୟ। ତାଙ୍କର ଜନ୍ମ ୧୯୩୪ ମସିହା ଅଗଷ୍ଟ ୩ ତାରିଖରେ ଅବିଭକ୍ତ ପୁରୀ ଜିଲ୍ଲାର ବାଣପୁର ଥାନା ଅନ୍ତର୍ଗତ ଗୋଡ଼ିଝର ଗ୍ରାମରେ ହୋଇଥିଲା। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଯେ କୌଣସି କ୍ଷେତ୍ରରେ ଜାତୀୟସ୍ତରରେ କୃତିତ୍ବ ଅର୍ଜନ କରିଥିବା ଜଣେ ଓଡ଼ିଆଙ୍କୁ ସାରଳା ସାହିତ୍ୟ ସ˚ସଦ ପକ୍ଷରୁ ‘କଳିଙ୍ଗ ରତ୍ନ’ ସମ୍ମାନ ପ୍ରଦାନ କରାଯାଇଥାଏ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!