Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା, ବିଜେପି-ବିଜେଡ଼ି କର୍ମୀ ମୁଁହାମୁହିଁ

by ସଞ୍ଜୟ ସ୍ୱାଇଁ
May 25, 2025
in State
ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା, ବିଜେପି-ବିଜେଡ଼ି କର୍ମୀ ମୁଁହାମୁହିଁ
91
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାର ଦିଗ ପରିବର୍ତ୍ତନକୁ ନେଇ ବିଜେପି-ବିଜେଡ଼ି କର୍ମୀ ମୁଁହାମୁହିଁ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକର ତେନ୍ତୁଳିଡିହ ପଞ୍ଚାୟତ ଅନ୍ତର୍ଗତ କମ୍ବଳପୁର ଗ୍ରାମବାସୀ ଏ ଅଭିଯୋଗ ଆଣିଛନ୍ତି। ଗାଁରେ ହଜାରେରୁ ଅଧିକ ଲୋକ ବସବାସ କରୁଥିବା ବେଳେ ସବୁଦିନିଆ ରାସ୍ତା ନଥିଲା। ସବୁଦିନିଆ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି କରିଥିଲେ ଗ୍ରାମବାସୀ। ପୂର୍ବ ସରକାରଙ୍କ ସମୟରେ ଏହି ଗାଁ ସହ ଅନ୍ୟ କିଛି ନିକଟ ଗାଁକୁ ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିଲା। ୫ କିଲୋମିଟର ରାସ୍ତା ନିର୍ମାଣ ପାଇଁ ପ୍ରାୟ ୯କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିଲା। ୨୦୨୪ ମାର୍ଚ୍ଚ ୭ ତାରିଖ ଦିନ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଶିଳାନ୍ୟାସ କରିଥିଲେ। ଏବେ ଏହି ରାସ୍ତାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ମାତ୍ର ପୂର୍ବ ନିର୍ଦ୍ଧାରିତ ସ୍ଥାନରେ ରାସ୍ତା ନିର୍ମାଣ ନକରି ରାଜନୈତିକ ଉଦେଶ୍ୟରେ ରାସ୍ତା ନିର୍ମାଣ କରିବା ପାଇଁ ମସୁଧା ଚଳାଇଛନ୍ତି ଶାସକ ଦଳର ଜଣେ ଠିକାଦାର। ଯଦି ରାସ୍ତାରେ ଦିଗ ପରିବର୍ତ୍ତନ ହୁଏ ତେବେ କମ୍ବଳପୁର ଗ୍ରାମବାସୀ ରାସ୍ତାରୁ ବଞ୍ଚିତ ହେବା ଏକ ପ୍ରକାର ସ୍ପଷ୍ଟ ହୋଇଯାଇଛି। ଯାହାକୁ ବିରୋଧ କରିଛନ୍ତି ଗ୍ରାମବାସୀଙ୍କ ସମେତ ସ୍ଥାନୀୟ ବିଜେଡ଼ି ନେତା। କମ୍ବଳପୁର ଗାଁକୁ ବାହ୍ୟ ଜଗତରୁ ବିଚ୍ଛିନ୍ନ କରି ରଖିବା ପାଇଁ ବିଜେପି ହୀନ ଚକ୍ରାନ୍ତ କରୁଛି ବୋଲି ଅଭିଯୋଗ କରିଛି ବିଜେଡ଼ି। ଯଦି ପୂର୍ବ ନିର୍ଦ୍ଧାରିତ ସ୍ଥାନ ଅନୁସାରେ ରାସ୍ତା ନିର୍ମାଣ କରାନଯାଏ ତେବେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ଗ୍ରାମବାସୀ। ଏ ବିଷୟରେ ବିଭାଗୀୟ ଅଧିକାରୀଙ୍କୁ ପଚାରିବାରୁ ରାସ୍ତା ପୂର୍ବ ନିର୍ଦ୍ଧାରିତ ସ୍ଥାନ ଅନୁସାରେ ହେବ ବୋଲି ପ୍ରତିକ୍ରିୟାରେ କହିଛନ୍ତି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!