Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧର୍ମଶାଳା ୧୫ନଂ ଜୋନ୍ ରେ ବିଜେଡିର ବାଜିମାତ

by ସଞ୍ଜୟ ସ୍ୱାଇଁ
August 11, 2023
in Politics, State
ଧର୍ମଶାଳା ୧୫ନଂ ଜୋନ୍ ରେ ବିଜେଡିର ବାଜିମାତ
95
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ୧୫ନଂ ଜୋନ୍ ଜିଲ୍ଲା ପରିଷଦ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀଙ୍କ ବାଜିମାତ। ବିପୁଳ ଭୋଟରେ ବିଜୟୀ ହେଲେ ବିଜେଡିର ଜିଲ୍ଲା ପରିଷଦ ପ୍ରାର୍ଥୀ ଚକ୍ରଧର ବେହେରା। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ମହେଶ୍ବର ତରାଇଙ୍କୁ ୧୦ହଜାର ୧୯୬ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। ଏହି ନିର୍ବାଚନରେ ବିଜେଡି ପ୍ରାର୍ଥୀ ୧୬ ହଜାର ୬୩୬ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ୬ ହଜାର ୪୪୦ ଖଣ୍ଡ ଭୋଟ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀଙ୍କୁ ମିଳିଛି ମାତ୍ର ୮ଶହ ୫୧ଭୋଟ । ଧର୍ମଶାଳା ମହାବିଦ୍ୟାଳୟ ପରିସରରେ ଆଜି ସକାଳ ୮ଟା ସମୟରୁ ଭୋଟ ଗଣତି ଆରମ୍ଭ ହୋଇ ଅପରାହ୍ନ ୩ଟା ପର‌୍ୟ୍ୟନ୍ତ ଚାଲିଥିଲା। ଭୋଟ ଗଣତି କରାଯାଇ ଶେଷରେ ଚକ୍ରଧର ବେହେରାଙ୍କୁ ବିଜୟୀ ଘୋଷଣା କରାଯାଇଥିଲା। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଏହି ଉପନିର୍ବାଚନ ୩ପ୍ରମୁଖ ରାଜନୈତିକ ଦଳ ପାଇଁ ବେଶ ଗୁରୁତ୍ୱ ବହନ କରୁଥିଲା। ୨୦୨୨ ପଞ୍ଚାୟତ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଭାଗ୍ୟଧର ସେଠୀ ଏହି ଆସନରୁ ୪ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଥିଲେ। ତେବେ ତାଙ୍କର ଅକାଳ ମୃତ୍ୟୁ ପରେ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହି ବିଜୟର ଶ୍ରେୟ ଜୋନର ସମସ୍ତ ଭୋଟର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯାଉଛି ବୋଲି ପ୍ରତିକ୍ରିୟାରେ କହିଛନ୍ତି ବିଜୟୀ ପ୍ରାର୍ଥୀ ଚକ୍ରଧର ବେହେରା ଓ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!