Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେପି ଛାଡ଼ି ବିଜେଡିରେ ପଶ୍ଚିମ ଓଡ଼ିଶାର ବରିଷ୍ଠ ନେତା

by ସଞ୍ଜୟ ସ୍ୱାଇଁ
July 24, 2023
in Politics, State
ବିଜେପି ଛାଡ଼ି ବିଜେଡିରେ ପଶ୍ଚିମ ଓଡ଼ିଶାର ବରିଷ୍ଠ ନେତା
248
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜୁ ଜନତା ଦଳର ମିଶ୍ରଣ ପର୍ବ । ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି ଏହି ମିଶ୍ରଣ ପର୍ବ । ବିଜେପି ଛାଡ଼ି ବିଜେଡିରେ ମିଶିଲେ ପଶ୍ଚିମ ଓଡ଼ିଶାର ବରିଷ୍ଠ ନେତା ଜଗଦୀଶ ବିଶ୍ବାଳ । ବିଜେଡି ପକ୍ଷରୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ତାଙ୍କୁ ସ୍ବାଗତ କରାଯାଇଛି । ଜଗଦୀଶଙ୍କ ବିଜେଡ଼ିରେ ଯୋଗ ଦାନ ପରେ ପଶ୍ଚିମ ଓଡ଼ିଶାରେ ବିଜେଡି ଆହୁରି ଅଧିକ ଶକ୍ତିଶାଳୀ ହେବ ବୋଲି କହିଛନ୍ତି ସାଂସଦ ମାନସ ମଙ୍ଗରାଜ । ସମ୍ବଲପୁର ବାସିନ୍ଦା ଜଗଦୀଶ ବିଶ୍ୱାଳ ପଶ୍ଚିମ ଓଡ଼ିଶାର ବିଭିନ୍ନ ସଂଘ ସହ ଜଡ଼ିତ । ମୁଖ୍ୟମନ୍ତ୍ରୀଙ୍କ ବିକାଶଧାରାରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି ଜଗଦୀଶ । ବିଜେଡ଼ିରେ ତାଙ୍କୁ ସାମିଲ କରାଯାଇଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ମିଶନ ଶକ୍ତି ଦ୍ୱାରା ମହିଳାଙ୍କ ସଶକ୍ତ ହୋଇଛନ୍ତି । ବିଏସକେୱାଇ କାର୍ଡ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ । ଏହା ଦ୍ୱାରା ଗରିବ ଲୋକ ମାଗଣାରେ ବ୍ୟୟବହୁଳ ଚିକିତ୍ସାର ସୁବିଧା ପାଇପାରୁଛନ୍ତି । ୫-ଟି ସ୍କୁଲ ରୂପାନ୍ତରଣ, କ୍ରୀଡାରେ ବିକାଶକୁ ପ୍ରଶଂସା କଲେ ଜଗଦୀଶ । ପ୍ରାକୃତିକ ବିପର‌୍ୟ୍ୟୟ ମୁକାବିଲା ପାଇଁ ସରକାରଙ୍କୁ ପ୍ରଶଂସା କରିବା ସହ ବିଜୁ ଏକ୍ସପ୍ରେସ ଓ୍ୱେ ଦ୍ୱାରା ପଶ୍ଚିମ ଓଡ଼ିଶାର ବିକାଶ ହୋଇଛି ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି ଜଗଦିଶ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!